ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ସ୍କୁଟି: ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୧୧ା୧୦(ଅମିତାଭ ବେହେରା): ଶନିବାର ଅପରାହ୍ନରେ କୋରାପୁଟ ସହରର ଭବାନୀନଗରସ୍ଥିତ ୨୬ ନଂ ଜାତୀୟ ରାଜପଥଠାରେ ଏକ ଟ୍ରକ୍‌ ସହ ସ୍କୁଟି ମୁହାଁମୁହିଁ ପିଟି ହେବାରୁ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ମିଳିଥିବା ସୂଚନାରୁ ଜଣାଯାଇଛି, ଶନିବାର ଅପରାହ୍ନରେ ସୁନାବେଡ଼ା ପଟୁ ଏପି ୩୯ ୟୁଏଫ୍‌ ୩୨୨୨ ନମ୍ବର ଟ୍ରକ୍‌ଟି କୋରାପୁଟ ଆସୁଥିବା ବେଳେ ଭବାନୀନଗରସ୍ଥିତ ପ୍ରେଟ୍ରୋଲ ପମ୍ପ ନିକଟ ୨୬ ଜାତୀୟ ରାଜପଥ କଲଭର୍ଟ ପାଖରେ କୋରାପୁଟରୁ ସେମିଲିଗୁଡ଼ାକୁ ଯାଉଥିବା ସ୍କୁଟିଟି ଟ୍ରକ୍‌ ଆଗରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ସ୍କୁଟି ଚାଳକ ତେଜେଶ ପାତ୍ର(୧୭)ଙ୍କର ମୃତ୍ୟୁ ହୋଇଥିଲା। ଏହି ଖବର ପାଇବା ପରେ ଟାଉନ ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତ ବାଳକଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଚିକିତ୍ସାଳୟକୁ ପଠାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ ତେଜେଶ ସେମିଲିଗୁଡ଼ା ଅଞ୍ଚଳର ପ୍ରତାପ ଚନ୍ଦ୍ର ପାତ୍ରଙ୍କ ପୁଅ ବୋଲି ଜଣାପଡ଼ିଛି।

ଏନେଇ କୋରାପୁଟ ଟାଉନ ଥାନାରେ ଏକ ମାମଲା ରୁଜୁ କରାଯାଇ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

ସୂଚନା ଥାଉକି, କୋରାପୁଟରୁ ସୁନାବେଡ଼ା ଯାଇଥିବା ୨୬ ନମ୍ବର ଜାତୀୟ କାର୍ଯ୍ୟ ପ୍ରାୟ ଦୁଇବର୍ଷ ହେବ ଚାଲୁଥିବା ବେଳେ ଏହାର କାର୍ଯ୍ୟ ଶେଷ ହୋଇ ପାରୁନାହିଁ। ଫଳରେ ବାରମ୍ବାର ଦୁର୍ଘଟଣା ଘଟିବା ସହ ବହୁ ଧନଜୀବନ ନଷ୍ଟ ହେଉଛି। ଏଣୁ ବିଭାଗୀୟ ଅଧିକାରୀମାନେ ଦୃଷ୍ଟି ଦେଇ ତୁରନ୍ତ କାର୍ଯ୍ୟ ଶେଷ କରିବାକୁ ସାଧାରଣରେ ଦାବି ହେଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri