କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବ୍ରହ୍ମପୁର ଗୋଲାପଲ୍ଲୀ ସାହିର ହରିଶ୍ ଚନ୍ଦ୍ର ଦାସ(୬୨)। ମୃତକଙ୍କ ପୁଅ ଆକାଶ ଦାସ କେ.ନୂଆଗାଁ ଥାନାରେ ଏତଲା ଦେବାପରେ ଆଇଆଇସି ବିଶ୍ୱଜିତ ନାୟକ ମାମଲା ନଂ.୧୨୨/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ ।

ତଦନ୍ତକାରୀ ଅଧିକାରୀ ଏସ ଆଇ ଅତିଥି ଚରଣ ନାୟକ ବୁଧବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ସେଠାରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି । ମଙ୍ଗଳବାର ବମୋକେଇ ଗ୍ରାମ ସ୍ଥିତ ଏକ ମଠରେ କାମ କରୁଥିବା ହରିଶ୍ ଏବଂ ବମୋକେଇ ଗ୍ରାମର ଆନନ୍ଦ ପଣ୍ଡା  ସ୍କୁଟି (ନଂ. ଓଡ଼ି୦୭ ଟି -୮୩୧୮) ଯୋଗେ ଚାନ୍ଦପୁର ଗ୍ରାମ ଛକରୁ କିଛି ଖାଦ୍ୟ ସାମଗ୍ରୀ ଧରି ବମୋକେଇ ଗ୍ରାମକୁ ଫେରୁଥିବାବେଳେ । ଅପରାହ୍ନ ପ୍ରାୟ ୨ ଟାରେ କୁକୁଟବନ୍ଧ ଛକରେ ନିୟନ୍ତ୍ରଣ ହରାଇ ସ୍କୁଟିଟି ରାସ୍ତାକଡର ଗଛକୁ ଧକ୍କା ଦେଇଥିଲା।

ସ୍କୁଟିରେ ବସିଥିବା ଉଭୟେ ରାସ୍ତା ଉପରେ କଚାଡି ହୋଇ ପଡ଼ିଯାଇଥଲେ । ଉଭୟ ଆହାତଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ହରିଶଙ୍କ ମୃତ୍ୟୁ ଘଟିଥିଲା। ଆହାତ ଆନନ୍ଦଙ୍କୁ ସେଠାରେ ଚିକିତ୍ସା କରାଯାଉଛି । ତଦନ୍ତକାରୀ ଅଧିକାରୀ ଦୁର୍ଘଟଣାଗସ୍ତ ସ୍କୁଟିକୁ ଜବତ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?