ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା ଦେବା ସହ ସ୍କୁଟି ଆରୋହୀଙ୍କୁ ଚାପିଦେଇଛି। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେହେଲେ ନାଇଡୁ ପଲ୍ଲୀ ଗ୍ରାମର ବାବୁ ସାସମଲ ( ୪୫)। ଏହାକୁ ନେଇ ଲୋକେ ଉତ୍ତ୍ୟକ୍ତ ହୋଇ କ୍ଷତିପୂରଣ ଲାଗି ଦାବି କରି ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଫଳରେ ଦୀର୍ଘ ୩ ଘଣ୍ଟା ଧରି ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାରେ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ ରୂପେ ବନ୍ଦ ହୋଇପଡ଼ିଥିଲା। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବାବେଳେ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ ତହସିଲଦାର ରେଡକ୍ରସ୍‌ରୁ ୩୦ ହଜାରଟଙ୍କା ସହାୟତା ପ୍ରଦାନ କରିଛନ୍ତି। ପୋଲିସ ଗାଡ଼ି ସହ ମୃତଦେହକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ଘଟଣାରୁ ଜାଣିବାକୁ ମିଳିଛି ଯେ, ବାବୁ ତାଙ୍କର ଇଭି ସ୍କୁଟିନଂ ଓଡି ୦୭ ଏଭି ୯୭୧୦ ଯୋଗେ ଆସୁଥିବା ବେଳେ ତାଙ୍କ ପଛପଟୁ ଏକ ମୋରମ ବେଝେଇ ହାଇଓ୍ବା ଟ୍ରକ୍‌ ନଂ ଓଡି୦୪ ଏଲ ୦୪୪୮ର ଡ୍ରାଇଭର ଦ୍ରୁତଗତିରେ ଆସି ଭାରସାମ୍ୟ ହରାଇ ଚାପି ଦେଇଥିଲା।

Dharitri – Odisha’s No.1 Odia Daily

Share