ଟ୍ରକ୍‌ ଧକ୍କାରେ ସ୍କୁଟି ଆରୋହୀ ମୃତ ଘଟଣା: ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ

ଅମରପାଲି,୨୬/୧୧(ପୀତାମ୍ବର ସାହୁ): ଦୀର୍ଘ ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ। ଫଳରେ ସ୍ବାଭାବିକ ହୋଇଛି ଗାଡି ଚଳାଚଳ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବୀରମହାରାଜପୁର – ସୋନପୁର ରାସ୍ତାର ଭୁଦୋବର ନିକଟରେ ଟ୍ରକ୍‌ ଓ ସ୍କୁଟି ଧକ୍କାରେ ସ୍କୁଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାରୁ ରାସ୍ତାରୋକୋ ହୋଇଥିଲା। ସୂଚନା ଅନୁସାରେ ଆଜି ସକାଳୁ ବୀରମହାରାଜପୁର ଥାନା ଅନ୍ତର୍ଗତ କୁମାରକେଳି ଗ୍ରାମର ଶରତ ମହାପାତ୍ର ଏକ ସ୍କୁଟିରେ ସୋନପୁର ଆଡ଼କୁ ଯାଉଥିଲେ। ଏହି ସମୟର ତାଙ୍କୁ ଏକ ଟ୍ରକ ଧକ୍କା ଦେଇ ପ୍ରାୟ ଦେଢ଼ଶହ ମିଟର ପର୍ଯ୍ୟନ୍ତ ଘୋଷାଡି ନେଇଥିଲା। ଫଳରେ ଉକ୍ତ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଘନ କୁହୁଡି ଯୋଗୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି। ଦୁର୍ଘଟଣା ଘଟାଇ ଥିବା ଟ୍ରକ୍‌କୁ ଲୋକ ଅଟକାଇବାରୁ ଡ୍ରାଇଭର ଗାଡ଼ି ଛିଡ଼ା କରି ଫେରାର୍‌ ମାରିଛି । ଘଟଣାସ୍ଥଳରେ ଲୋକଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ବୀରମହାରାଜପୁର – ସୋନପୁର ରାସ୍ତାର ଭୁଦୋବର ନିକଟରେ ରାସ୍ତାରୋକୋ କରିଥିଲେ। ଘଟଣାସ୍ଥଳରେ ବୀରମହାରାଜପୁର ଉପଖଣ୍ଡିୟ ପୋଲିସ ଅଧିକାରୀ ହେମନ୍ତ ରାଓ,ଥାନା ଅଧିକାରୀ ସାରଙ୍ଗଧର ପାଣିଗ୍ରାହୀ ଆସି ଲୋକଙ୍କୁ ବୁଝାସୁଝା କରିଥିଲେ। ଦୀର୍ଘ ୭ ଘଣ୍ଟା ପର୍ଯ୍ୟନ୍ତ ରାସ୍ତାରୋକ ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡିମଟର ଅଟକି ରହିଥିଲା। ପୋଲିସ ଲୋକଙ୍କୁ ବୁଝାସୁଝା କରିବା ସହିତ ସରକାରୀ ବିଧିବ୍ୟବସ୍ଥା ଅନୁଯାୟୀ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଅପରାହ୍ନ ୨ଟା ରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri