ଟ୍ରକ୍‌ ଧକ୍କାରେ ସ୍କୁଟି ଆରୋହୀ ମୃତ ଘଟଣା: ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ

ଅମରପାଲି,୨୬/୧୧(ପୀତାମ୍ବର ସାହୁ): ଦୀର୍ଘ ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ। ଫଳରେ ସ୍ବାଭାବିକ ହୋଇଛି ଗାଡି ଚଳାଚଳ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବୀରମହାରାଜପୁର – ସୋନପୁର ରାସ୍ତାର ଭୁଦୋବର ନିକଟରେ ଟ୍ରକ୍‌ ଓ ସ୍କୁଟି ଧକ୍କାରେ ସ୍କୁଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାରୁ ରାସ୍ତାରୋକୋ ହୋଇଥିଲା। ସୂଚନା ଅନୁସାରେ ଆଜି ସକାଳୁ ବୀରମହାରାଜପୁର ଥାନା ଅନ୍ତର୍ଗତ କୁମାରକେଳି ଗ୍ରାମର ଶରତ ମହାପାତ୍ର ଏକ ସ୍କୁଟିରେ ସୋନପୁର ଆଡ଼କୁ ଯାଉଥିଲେ। ଏହି ସମୟର ତାଙ୍କୁ ଏକ ଟ୍ରକ ଧକ୍କା ଦେଇ ପ୍ରାୟ ଦେଢ଼ଶହ ମିଟର ପର୍ଯ୍ୟନ୍ତ ଘୋଷାଡି ନେଇଥିଲା। ଫଳରେ ଉକ୍ତ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଘନ କୁହୁଡି ଯୋଗୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି। ଦୁର୍ଘଟଣା ଘଟାଇ ଥିବା ଟ୍ରକ୍‌କୁ ଲୋକ ଅଟକାଇବାରୁ ଡ୍ରାଇଭର ଗାଡ଼ି ଛିଡ଼ା କରି ଫେରାର୍‌ ମାରିଛି । ଘଟଣାସ୍ଥଳରେ ଲୋକଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ବୀରମହାରାଜପୁର – ସୋନପୁର ରାସ୍ତାର ଭୁଦୋବର ନିକଟରେ ରାସ୍ତାରୋକୋ କରିଥିଲେ। ଘଟଣାସ୍ଥଳରେ ବୀରମହାରାଜପୁର ଉପଖଣ୍ଡିୟ ପୋଲିସ ଅଧିକାରୀ ହେମନ୍ତ ରାଓ,ଥାନା ଅଧିକାରୀ ସାରଙ୍ଗଧର ପାଣିଗ୍ରାହୀ ଆସି ଲୋକଙ୍କୁ ବୁଝାସୁଝା କରିଥିଲେ। ଦୀର୍ଘ ୭ ଘଣ୍ଟା ପର୍ଯ୍ୟନ୍ତ ରାସ୍ତାରୋକ ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡିମଟର ଅଟକି ରହିଥିଲା। ପୋଲିସ ଲୋକଙ୍କୁ ବୁଝାସୁଝା କରିବା ସହିତ ସରକାରୀ ବିଧିବ୍ୟବସ୍ଥା ଅନୁଯାୟୀ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଅପରାହ୍ନ ୨ଟା ରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri