ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଘନ୍ୟ ହତ୍ୟାକାଣ୍ଡ: ସ୍କୁଟି ଚାଳକଙ୍କୁ ହାଇୱାରେ ଧକ୍କା ଦେଇ…

ଦେବଗଡ଼, ୬।୫(ଶଶାଙ୍କ ଶେଖର ଝାଙ୍କର)ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଘନ୍ୟ ହତ୍ୟାକାଣ୍ଡ। ଦେବଗଡ଼ ଥାନା ତିଳେଇବଣି ଫାଣ୍ଡି ଅନ୍ତର୍ଗତ ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଆରୋହୀକୁ ହତ୍ୟା କରାଯାଇଥିବା ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ଦେବଗଡ଼ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର କାର୍ତ୍ତିକ ଓରାମ ଆଜି ନିଜ ସ୍ତ୍ରୀ ଗୀତା ମିଞ୍ଜଙ୍କ ସହ ତିଳେଇବଣି ବଜାରକୁ ଆସିଥିଲେ । ସେହି ସମୟରେ ଅଭିଯୁକ୍ତ ହାଇୱା ଚାଳକ ଅସନଲତା ଗ୍ରାମର ସୁଶୀଲ କିଷାନଙ୍କ ସହ କାର୍ତ୍ତିକଙ୍କ କୌଣସି କାରଣକୁ ନେଇ ଯୁକ୍ତିତର୍କ ହୋଇଥିଲା । ତେବେ ବଜାର ସାରି ଉଭୟ କାର୍ତ୍ତିକ ଓ ତାଙ୍କ ସ୍ତ୍ରୀ ନିଜ ସ୍କୁଟି ଯୋଗେ ମଧ୍ୟାହ୍ନରେ ନିଜ ଗ୍ରାମ ମହେନ୍ଦ୍ରପୁରକୁ ଫେରୁଥିବା ସମୟରେ ଚଟିବରଘାଟ ଗ୍ରାମ ନିକଟରେ ସେମାନଙ୍କ ସ୍କୁଟି ଟାୟାର ପଂକଚର ହୋଇଯିବାରୁ ସାମୀ ସ୍ତ୍ରୀ ରାସ୍ତା କଡରେ ସ୍କୁଟି ସହ ଛିଡା ହୋଇଥିଲେ। ହାଇୱା ଚାଳକ ସୁଶୀଲ ସେମାନଙ୍କୁ ପିଛା କରି ସେଠାରେ ପହଞ୍ଚି କିଛି ମନ୍ତବ୍ୟ ଦେବାରୁ କାର୍ତ୍ତିକ ସହ ପୁଣି ଥରେ ଯୁକ୍ତି ତର୍କ ହେବା ସହ ଉଭୟ ସୁଶୀଲ ଓ କାର୍ତ୍ତିକ ପରସ୍ପରକୁ ଦେଖିନେବାର ଧମକ ଦେଇଥିଲେ । ତେବେ କାର୍ତ୍ତିକଙ୍କ ସ୍ତ୍ରୀ ଗୀତା ନିଜ ସ୍ବାମୀକୁ ବୁଝାସୁଝା କରି ନିଜ ସ୍କୁଟି ପାଖକୁ ଚାଲି ଆସି ଛିଡା ହୋଇଥିବା ବେଳେ ଅଭିଯୁକ୍ତ ସୁଶୀଲ ହାଇୱାକୁ ଚଳାଇ ସ୍କୁଟି ନିକଟରେ ଥିବା କାର୍ତ୍ତିକ ଉପରେ ଚଢ଼ାଇ ଦେଇ ଫେରାର ହୋଇଯାଇଥିଲେ। ଏହା ଦେଖି କାର୍ତ୍ତିକଙ୍କ ସ୍ତ୍ରୀ ଗୀତା ନିଜ ସମ୍ପର୍କୀୟଙ୍କୁ ଫୋନ ଯୋଗେ ଘଟଣା ସମ୍ପର୍କରେ ସୂଚନା ଦେବାସହ ସେଠାରେ ପଡ଼ିଥିବା ଗୁରୁତର କାର୍ତ୍ତିକକୁ ୧୦୮ ଆମ୍ବୁଲାନ୍ସ ସହାୟତାରେ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ମାତ୍ର ଡାକ୍ତର ସେଠାରେ କାର୍ତ୍ତିକକୁ ମୃତ ଘୋଷଣା କରିଥିଲେ । ସୂଚନା ପାଇ ଦେବଗଡ଼ ଥାନା ପୋଲିସ ଫେରାର ହୋଇଯାଉଥିବା ହାଇୱା ସହ ଅଭିଯୁକ୍ତ ସୁଶୀଲକୁ ଜମନକିରା ଥାନା ପୋଲିସ ସହାୟତାରେ ଅଟକ ରଖି ପଚରାଉଚୁରା ଆରମ୍ଭ କରିଛି । ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବାକୁ ଥିବାବେଳେ ବୁଧବାର ସାଇଣ୍ଟିଫିକ ଟିମ ସହାୟତାରେ ଘଟଣାର ଅଧିକ ତଦନ୍ତ କରାଯିବ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri