ପଞ୍ଜୀକରଣ ନମ୍ବର ପ୍ଲେଟ ବିନା ହିତାଧିକାରୀଙ୍କୁ ସ୍କୁଟି

ରାୟଗଡ଼ା,୧୨।୧୦ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସ୍କୁଟର ଯୋଜନାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍କୁଟି ବଣ୍ଟନ କରାଯାଇଛି । ତେବେ ଯୋଜନାରେ ଆରମ୍ଭରୁ ଠକେଇ ହୋଇଥିବା ଦେଖିବାକୁ ମିଳିଛି । ଜିଲା ସଦର ମହକୁମାରେ ବଣ୍ଟନ ହୋଇଥିବା ସ୍କୁଟି ମଧ୍ୟରୁ ୯ଟି ସ୍କୁଟିରେ ନମ୍ବର ପ୍ଲେଟ ଲାଗି ନ ଥିବା ଦେଖିବାକୁ ମିଳିଛି। ପରିବହନ ବିଭାଗ ନିୟମାନୁଯାୟୀ ବିନା ପଞ୍ଜୀକରଣରେ ଗାଡ଼ି ଶୋରୁମ୍‌ ବାହାରକୁ ବାହାର କରିବା ନିୟମ ନ ଥିବା ବେଳେ ଏହି ୯ଟି ଗାଡ଼ି କିଭଳି ବାହାରିଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏଭଳିକି ଗାଡ଼ି ସହିତ ପ୍ରଦାନ କରାଯାଉଥିବା ମାଗଣା ହେଲମେଟ ମଧ୍ୟ ହିତାଧିକାରୀଙ୍କୁ ମିଳି ନ ଥିଲା । ତେବେ ବିନା ନମ୍ବର ପ୍ଲେଟରେ ଗାଡ଼ି କିଭଳି ଶୋରୁମ୍‌ ବାହାରକୁ ଆସିଲା ତାହା ତଦନ୍ତ ସାପେକ୍ଷ । ଏନେଇ ମିଶନ ଶକ୍ତି ଡିପିଏ ନରେଶଙ୍କୁ ପଚାରିବାରୁ ନମ୍ବର ପ୍ଲେଟ ଆବେଦନ ହୋଇଛି । ଏହା ଆସିବାକୁ ଏକ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଲାଗେ ବୋଲି କହିଛନ୍ତି । ଆଜି ଯୋଜନା ଶୁଭାରମ୍ଭ ପାଇଁ ଗାଡ଼ି ଆଣି ପୁଣି ଥରେ ଶୋରୁମକୁ ହସ୍ତାନ୍ତର କରି ଦିଆଯାଇଛି ଏବଂ ନମ୍ବର ପ୍ଲେଟ ଲାଗିବା ପରେ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଡିପିଏ ନରେଶ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri