Posted inଖେଳ

କ୍ୟାରିୟରର ଅନଲକି ଓଭର

କାନବେରା,୨୮।୧୨: ଅଷ୍ଟ୍ରେଲିଆନ ପେସର ଆଣ୍ଡ୍ର୍ୟୁ ଟାଏ ଚଳିତ ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ କ୍ୟାରିୟରର ଅନଲକି ଓଭର ପକାଇଛନ୍ତି। ପର୍ଥ ସ୍କଚର୍ସ ପାଇଁ ଖେଳୁଥିବା ଟାଏ ମଙ୍ଗଳବାର ସିଡ୍‌ନୀ ଥଣ୍ଡର ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୧୫ତମ ଓଭରରେ ବୋଲିଂ କରିବାକୁ ଆସିଥିଲେ। ଏହି ଓଭରରେ ଥରେ କି ଦୁଇ ଥର ନୁହେଁ ବାରମ୍ବାର ଦୁର୍ଭାଗ୍ୟଜନକ ଘଟଣା ଘଟିଥିଲା।

ପ୍ରଥମ ବଲକୁ ବ୍ୟାଟର ସାମ ବିଲିଙ୍ଗ୍ସ କଭର ଅଞ୍ଚଳକୁ ଉଠାଇ ମାରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ବଲ ଏଜ ନେଇ ତୃତୀୟ ସ୍ଲିପରେ ଛିଡ଼ା ହୋଇଥିବା ଫିଲ୍ଡରଙ୍କ ଉପରେ ଚାଲି ଯାଇଥିଲା। ଦ୍ୱିତୀୟ ବଲରେ ପୁଣି ବ୍ୟାଟର ଏଜ ନେଇ ଚୌକା ହୋଇଯାଇଥିଲା। ଅବଶ୍ୟ ତୃତୀୟ ବଲରେ ମିଳିଥିଲା ଉଇକେଟ। ଚତୁର୍ଥ ବଲକୁ ହାଇଟ୍‌ ନୋ ବଲ ଦେଇଥିଲେ ଫିଲ୍ଡ ଅମ୍ପାୟର। ପରବର୍ତ୍ତୀ ବଲ ଓ୍ବାଇଡ୍‌ ଥିଲା। ତା’ ପରେ ପୁଣି ଥରେ ବ୍ୟାଟରଙ୍କ ଅଣ୍ଟା ଉପରକୁ ବଲ ଫୋପାଡ଼ି ଥିଲେ। ଏହାକୁ ମଧ୍ୟ ନୋ ବଲ ଦିଆଯାଇଥିଲା। ଫଳରେ ନିୟମ ଅନୁଯାୟୀ, ବିପଦଜନକ ବୋଲିଂ କାରଣରୁ ତାଙ୍କୁ ଆଉ ବୋଲିଂ କରିବାକୁ ଅମ୍ପାୟର ଅନୁମତି ଦେଇ ନ ଥିଲେ। କିନ୍ତୁ ବ୍ୟାଟିଂରେ କମାଲ କରିଥିଲେ ୩୫ ବର୍ଷୀୟ ଟାଏ। ସେ ମାତ୍ର ୨୫ ବଲରେ ୪୪ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ତାଙ୍କ ପାଳିରେ ଥିଲା ୩ ଲେଖାଏ ଚୌକା ଓ ଛକା। ଏହାସତ୍ତ୍ୱେ ତାଙ୍କ ଦଳ ପର୍ଥ ସ୍କଚର୍ସ ପରାଜୟରୁ ବର୍ତ୍ତି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri