ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ତେବେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁସାରେ, ରବିବାର ୧୦ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିବାବେଳେ ୨ଟି ସ୍ଥାନର ତାପମାତ୍ରା ୩୬ ଡିଗ୍ରୀ ଛୁଇଁଥିଲା। ପୁରୀରେ ସର୍ବାଧିକ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଖୋର୍ଦ୍ଧାରେ ୩୬ ଡିଗ୍ରୀ, ଗୋପାଳପୁର, ଛତ୍ରପୁର ଓ ଝାରସୁଗୁଡାରେ ୩୫.୪ ଡିଗ୍ରୀ, ଚାନ୍ଦବାଲି ୩୫.୩ ଡିଗ୍ରୀ, ଢେଙ୍କାନାଳ ୩୫.୨ ଡିଗ୍ରୀ, ପାରାଦୀପ ୩୫.୧ ଡିଗ୍ରୀ ଏବଂ ଭୁବନେଶ୍ୱର ଓ ପାରଳାଖେମୁଣ୍ଡିରେ ୩୫ ଡିଗ୍ରୀ ରହିଥିଲା।
ଅନ୍ୟପକ୍ଷରେ ଆସନ୍ତା ୭ ଓ ୮ ତାରିଖରେ ବିଭିନ୍ନ ଜିଲାରେ ଝଡ଼ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୭ ତାରିଖ (ବୁଧବାର) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼କୁ ୟେଲୋ ଓ୍ବାର୍ନିଂ ରହିଛି। ସେହିପରି ୮ ତାରିଖ (ଗୁରୁବାର) ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହାପରେ ପରେ ପାଗରେ ପରିବର୍ତ୍ତନ ଦେଖାଦେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?