ଟ୍ରକ୍‌ ପଛରେ ପିଟିଲା ସ୍କର୍ପିଓ: ୩ ମୃତ, ୩ ଗୁରୁତର

କେନ୍ଦୁଝର,୨୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅନ୍ତର୍ଗତ ୫୨୦ନମ୍ବର ଜାତୀୟ ରାଜପଥର ବାରବାଙ୍କ ଘାଟି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସନ୍ଧ୍ୟାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟୁ ସ୍କର୍ପିଓ କାର ଧକ୍କା ଦେଇଥିଲା ବେଳେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ କାର୍‌ରେ ବସିଥିବା ଜଣେ ଶିଶୁ ସମେତ ୩ ଗୁରୁତରଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ମୃତକମାନେ ହେଲେ ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ବିଜୁ ହଟିଂ ଅଞ୍ଚଳର ଅର୍ଜ୍ଜୁନ ମୁଣ୍ଡା, ରାଞ୍ଚି ମୁଣ୍ଡା ଏବଂ ଜୁରିଆ ମୁଣ୍ଡା । ଖବର ପାଇ ରୁଗୁଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ସଙ୍କଟାପନ୍ନଙ୍କୁ କେନ୍ଦୁଝରକୁ ସ୍ଥାନାନ୍ତର କରାଯାଇଥିବା ବେଳେ ସେଥିମଧ୍ୟରୁ ଜଣେ ଶିଶୁ ରହିଥିବା ସୂଚନା ମିଳିଛି। ଗୁରୁତରମାନେ ହେଲେ ୭ ବର୍ଷୀୟ ଶିଶୁ ଟୁନୁ ମୁଣ୍ଡା, ଶାହାଜାହାନ ଭୂୟାଁ ଏବଂ ରାମ ଲାଗୁରି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri