ଟ୍ରଲରକୁ ପିଟିଲା ସ୍କର୍ପିଓ: ଜଣେ ମୃତ, ୪ ଗୁରୁତର

ଲୋଇସିଂହା,୧୧।୧(ଡି.ଏନ.ଏ.): ବଲାଙ୍ଗୀର-ବରଗଡ଼ ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ଛକରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଟ୍ରଲର ଗାଡିକୁ
ଏକ ସ୍କର୍ପିଓ ପିଟହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକ ହେଲେ କପୂର୍ଚ୍ଚନପୁଞ୍ଜି। ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରି ଲୋଇସିଂହା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବଲାଙ୍ଗୀର ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ବୁର୍ଡାଛକରେ ଚା’ ପିଇବା ପାଇଁ ଟ୍ରଲର ଡ୍ରାଇଭର ଗାଡିି ଅଟକାଇଥିଲେ। ଏହି ସମୟରେ ବରଗଡ ଜିଲା ବରପାଲି ଥାନା ବାଳଯୁରୀ ବଜାରରୁ ଫେରୁଥିବା ସ୍କର୍ପିଓଟି ଭାରସାମ୍ୟ ହରାଇ ସାମ୍ନା ପଟରୁ ଟ୍ରଲରକୁ ଧକ୍କା ଦେଇଥିଲା। ତେବେ ସ୍କର୍ପିଓରେ ଥିବା ସମସ୍ତ ଯାତ୍ରୀ ଆହତ ହୋଇଥିଲେ। ହେଲେ ଫସିରହିଥିବା ସ୍କର୍ପିଓ ଡ୍ରାଇଭରଙ୍କୁ ଉଦ୍ଧାର କରିବାକୁ ଦୀର୍ଘ ସମୟ ଲାଗିଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ସ୍ଥାନୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତ ଏବଂ ଗୁରୁତରଙ୍କୁ ଉଦ୍ଧାର କରି ଲୋଇସିଂହା ଡାକ୍ତରଖାନା ଆଣିଥିଲେ। ଲୋଇସିଂହା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri