Posted inଫୁରସତ

ନିଜ କମ୍ପାନୀର ସ୍କର୍ପିଓକୁ ଏମିତି ଅବସ୍ଥାରେ ଦେଖି ଆନନ୍ଦ ମହିନ୍ଦ୍ରା ଦେଲେ ଏହି ପ୍ରତିକ୍ରିୟା

ସୋସିଆଲ ମିଡିଆରେ ସର୍ବଦା ଆକ୍ଟିଭ୍‌ ରହୁଥିବା ମହିନ୍ଦ୍ରା ଗ୍ରୁପ୍‌ର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ସବୁବେଳେ ମଜାଳିଆ ଭିଡିଓ ଶେୟାର କରିଥାନ୍ତି। ଏଥର ମଧ୍ୟ ସୋସିଆଲ ମିଡିଆରେ ଫଟୋ ଶେୟାର କରିଛନ୍ତି। ସେ ଏମିତି ଟୁଇଟ୍‌ କରିଛନ୍ତି, ଯାହାକୁ ନେଇ ଏବେ ସବୁଆଡ଼େ ଚର୍ଚ୍ଚା।
ମହିନ୍ଦ୍ରା କମ୍ପାନୀର ଏକ ସ୍କର୍ପିଓ କାର୍‌କୁ ଜଣେ ବ୍ୟକ୍ତି ଗଛରେ ଚେନ୍‌ ସାହାଯ୍ୟରେ ବାନ୍ଧି ଦେଇଛନ୍ତି। କମ୍ପାନୀର ସ୍କର୍ପିଓ ଗାଡ଼ିର ଏମିତି ଅବସ୍ଥା ଦେଖି ଆନନ୍ଦ ମହିନ୍ଦ୍ରା ଲେଖିଛନ୍ତି, ଆପଣ ଦେଖିଥିବେ ଲୋକେ ବାଇକ୍‌ କିମ୍ବା ସାଇକେଲକୁ ଚେନ୍‌ରେ ବାନ୍ଧି ରଖିଥାନ୍ତି। କାରଣ ଚୋରିରୁ ରକ୍ଷା ପାଇବା ପାଇଁ ଏମିତି କରିଥାନ୍ତି। ମାତ୍ର ଜଣେ ବ୍ୟକ୍ତି କେମିତି ସ୍କର୍ପିଓକୁ ଗଛରେ ଚେନ୍‌ ସାହାଯ୍ୟରେ ବାନ୍ଧିଛନ୍ତି ଦେଖନ୍ତୁ। ସେ ଲେଖିଛନ୍ତି, ମାନିବାକୁ ପଡ଼ିବ ଏହା ଏକ ହାଇଟେକ୍‌ ଲକିଂ ମାତ୍ର ସଲ୍ୟୁସନ ନୁହେଁ। ଏହା ମାଲିକଙ୍କ ସଂଲଗ୍ନକୁ ଦର୍ଶାଉଛି। ଏହି ଫଟୋ ଚିତ୍ରଣ କରୁଛି ମୁଁ ଲକ୍‌ଡାଉନ୍‌ରେ କେମିତି ଅନୁଭବ କରେ। ଏହି ସପ୍ତାହ ଶେଷରେ ମୁଁ ଏହି ଚେନ୍‌ ଛିଡ଼ାଇବାକୁ ଚେଷ୍ଟା କରିବି।
୬ ନଭେମ୍ବରରେ ଏହି ଫଟୋଟି ଆନନ୍ଦ ମହିନ୍ଦ୍ରା ନିଜର ଟୁଇଟର ପେଜ୍‌ରେ ଶେୟାର କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ଫଟୋକୁ ୯ ହଜାରରୁ ଅଧିକ ଲୋକ ଲାଇକ୍‌ କରିସାରିଲେଣି। ୨୦୦ରୁ ଅଧିକ ଲୋକ ରିଟୁଇଟ୍‌ କରିଛନ୍ତି। ୟୁଜରମାନେ ଏହି ଫଟୋକୁ ବେଶ୍‌ ପସନ୍ଦ କରିବା ସହ ମଜାଳିଆ କମେଣ୍ଟ ସବୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri