Posted inଖେଳ

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି ୟୁରୋପ କ୍ୱାଲିଫାୟରରେ ଇଟାଲୀଠାରୁ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ସ୍କଟଲାଣ୍ଡର ବିଶାଳ ୨୦୮ ରନ୍‌ର ଟାର୍ଗେଟର ଜବାବରେ ଇଟାଲୀ ୧୬.୪ ଓଭରରେ ୧୩୪ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଇଟାଲୀ ଦଳର ଅଧିନାୟକ ୪୨ ବର୍ଷୀୟ ଓ୍ୱେନ ମାଡସେନ ଫିଲ୍ଡିଂ ବେଳେ ଆହତ ହୋଇଛନ୍ତି।

ବ୍ୟାଟିଂ କରିଥିବା ସ୍କଟଲାଣ୍ଡକୁ ଜର୍ଜ ମୁନସେ ୫୪ ବଲରେ ୮୪ (୧୩ ଚୌକା ଓ ୨ ଛକା) ଓ ମାଇକେଲ ଜୋନ୍ସ ୩୦ ବଲରେ ୩୭ (୧ ଚୌକା ଓ ୨ ଛକା) ରନ କରି ଦୃଢ଼ ମୂଳଦୁଆ ପ୍ରଦାନ କରିଥିଲେ।

ପରେ ବ୍ରେଣ୍ଡନ ମ୍ୟାକମୁଲେନ ୧୮ ବଲରେ ଅପରାଜିତ ୪୧ (୪ ଛକା) ଓ ମାଇକେଲ ଲିସ୍କ ୫ ବଲରେ ୨୨ (୨ ଲେଖାଏ ଚୌକା ଓ ଛକା) ରନର ଅବଦାନ ଯୋଗୁ ସ୍କଟଲାଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ ୨୦୭ ରନ କରିଥିଲା। ଏହା ଚଳିତ ଟି୨୦ ବିଶ୍ୱକପ୍‌ର ସର୍ୱାଧିକ ଦଳଗତ ସ୍କୋର। ଜବାବରେ ଇଟାଲୀ ଆରମ୍ଭରୁ ବ୍ୟାଟିଂ ବିର୍ଯ୍ୟୟର ସମ୍ମୁଖୀନ ହୋଇ ୧୬.୪ ଓଭରରେ ୧୩୪ ରନରେ ଅଲଆଉଟ୍‌ ହୋଇଥିଲା। କେବଳ ଦୁଇ ଭାଇ ହ୍ୟାରୀ ଓ ବେନ ମାନେଣ୍ଟିଙ୍କୁ ଛାଡ଼ି ଦେଲେ ଅନ୍ୟ କେହି କ୍ରିଜ୍‌ରେ ତିଷ୍ଠି ପାରି ନ ଥିଲେ। ହ୍ୟାରୀ ୨୫ ବଲରେ ୩୭ (୧ ଚୌକା ଓ ୩ ଛକା) ଓ ବେନ ୩୧ ବଲରେ ୫୨ (୫ ଚୌକା ଓ ୧ ଛକା) ରନ କରିବା ସହ ଚତୁର୍ଥ ଉଇକେଟରେ ୭୩ ରନ ଯୋଡ଼ିଥିଲେ।

ସ୍କଟଲାଣ୍ଡ ପାଇଁ ୪ ଉଇକେଟ ନେଇଥିବା ଲିସ୍କଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଇଟାଲୀ ୟୁରୋପ କ୍ୱାଲିଫାୟରରେ ସ୍କଟଲାଣ୍ଡକୁ ହରାଇ ଟି୨୦ ବିଶ୍ୱକପ୍‌ ଲାଗି ଯୋଗ୍ୟତା ହାସଲ କରିଥିଲା। ଅନ୍ୟପକ୍ଷରେ ଘଟଣାକ୍ରମେ ବାଂଲାଦେଶ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିବା ପରେ ସ୍କଟଲାଣ୍ଡକୁ ଖେଳିବାକୁ ସୁଯୋଗ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?