ସ୍କାଉଟସ-ଗାଇଡ଼ସ କ୍ୟାମ୍ପରୀ ଉଦଯାପିତ: ଦଣ୍ଡ ନାଚରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି,୭।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଗତ ୩ ଦିନ ଧରି ଚାଲିଥିବା ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସ କ୍ୟାମ୍ପରୀ ଉଦଯାପିତ ଉତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ କନ୍ଧମାଳ ଶିକ୍ଷା ଜିଲା ଅଧିକାରୀ ତଥା ଭାରତ ସ୍କାଉଟସ ଓ ଗାଇଡ଼ସର ଜିଲା ଅଧ୍ୟକ୍ଷ ରାଜେଶ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ତଥା ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗଦାଧର ପାତ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟତମ ଅତିଥିଙ୍କ ମଧ୍ୟରେ ଭାରତ ସ୍କାଉଟସ ଓ ଗାଇଡ଼ସର ଜିଲା ସମ୍ପାଦକ ସଞ୍ଜୟ କୁମାର ପାତ୍ର, ସହ ସମ୍ପାଦକ ରାଙ୍କନିଧି ବେହେରା, ଅଗ୍ନିଶମ ଅଧିକାରୀ ଧବଳେଶ୍ୱର ପ୍ରଧାନ, ଏବିଇଓ ଗୋକୁଳାନନ୍ଦ ମଲିକ, ବନମାଳୀ ମାଝୀ, କୌଶିକ ନାୟକ, ସିମନବାଡି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର କୁମାର ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ରହିଥିଲେ।

ଏହି ୩ ଦିନ ଧରି ୪ ଶହରୁ ଉର୍ଦ୍ଧ୍ୱ ସ୍କାଉଟ ଓ ଗାଇଡ଼ର ଛାତ୍ରୀଛାତ୍ର, ସ୍କାଉଟ ମାଷ୍ଟର ଏବଂ ଗାଇଡ଼ କ୍ୟାପଟନ ଯୋଗଦେଇଥିଲେ। ସେମାନଙ୍କ ମଧ୍ୟରେ ବିଭିନ୍ନ ଇଭେଣ୍ଟରେ ଭଲ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ରଙ୍କୁ ଟ୍ରଫି, ମାନପତ୍ର ପ୍ରଦାନ କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ପାରାମ୍ପରିକ ଲୋକ କଳା ପ୍ରଦର୍ଶନ ହୋଇଥିଲା। ଏଥିରେ କନ୍ଧମାଳର ଦଣ୍ଡ ଚରିତ୍ରରେ ଛାତ୍ରୀଛାତ୍ରମାନେ ନୃତ୍ୟ କରି ମଞ୍ଚ ଦୁଲୁକାଇଥିଲେ।
କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଖେଳ ଶିକ୍ଷକ ସାମନ୍ତ ପ୍ରଧାନ, ଶ୍ରାନିକେତା ଉଚ୍ଚ ବିଦ୍ୟାଳୟର ରାମକୃଷ୍ଣ ଦାସ, ଦିନବନ୍ଧୁ ସାହୁ, ବନ୍ଧଗଡର ପ୍ରଦୀପ ସାହୁଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଖେଳ ଶିକ୍ଷକ ଗାଇଡ କରିବା ସହ ସହଯୋଗ କରିଥିଲେ। ଫୁଲବାଣୀ ଏଜେଓ ହାଇସ୍କୁଲର ଖେଳ ଶିକ୍ଷକ ତଥା ସ୍କାଉଟ ଓ ଗାଇଡ଼ର ଡିସି ଓ ରାକେଶ ବିଶୋଇ ମଞ୍ଚ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?