ଡିପିଏସ୍‌ କଳିଙ୍ଗରେ ସ୍କାଉଟ୍ସ, ଗାଇଡ୍ସ ଶପଥ ଗ୍ରହଣ ଉତ୍ସବ

ଫୁଲନଖରା,୫ା୯(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ଅଢ଼ାଳିଆସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ କଳିଙ୍ଗ(ଡିପିଏସ୍‌) ପରିସରରେ ନୂତନ ଭାବେ ଯୋଗ ଦେଇଥିବା ସ୍କାଉଟ୍ସ ଓ ଗାଇଡ୍‌ମାନଙ୍କର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟିର ପ୍ରୋ-ଭାଇସ ଚେୟାରପର୍ସନ ମାଲା ମିଶ୍ରଙ୍କ ପ୍ରେରଣାରେ ଅନୁଷ୍ଠିତ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ଅନୁରାଧା ରକ୍ଷିତ ଯୋଗଦେଇ କହିଥିଲେ, ସ୍କାଉଟ୍ସ ଓ ଗାଇଡ ଛାତ୍ରୀଛାତ୍ରମାନଙ୍କୁ ଶୃଙ୍ଖଳିତ ଓ ସ୍ବାବଲମ୍ବନଶୀଳ କରିବା କ୍ଷେତ୍ରରେ ଏକ ବଳିଷ୍ଠ ସଙ୍ଗଠନ। ଆମ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଏ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଏକ୍‌ଜିକ୍ୟୁଟିଭ ଟ୍ରଷ୍ଟି ସୁନୟନା ପାତ୍ରୋ, ଉପାଧ୍ୟକ୍ଷ ସଞ୍ଜୟ କୁମାର ଜେନା, ଉପାଧ୍ୟକ୍ଷା ସ୍ବାତି ନାଥ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ। ସ୍କାଉଟ୍ସ ମାଷ୍ଟର ନୀରଦ ଚନ୍ଦ୍ର ଆର୍ଯ୍ୟ ଓ ଧୀରଜ କୁମାର ପଣ୍ଡା ଶପଥ ପାଠ କରାଇଥିଲେ। ଗାଇଡ କ୍ୟାପ୍‌ଟେନ୍‌ ପାର୍ବଣୀ ଘୋଷ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଗତ ବର୍ଷର ରାଜ୍ୟ ପୁରସ୍କାର ପ୍ରାପ୍ତ ୧୦ ଜଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri