ଦୁର୍ଗତଙ୍କ ଆକୁଳ ଚିତ୍କାର,ମୋରୋକୋ ଭୂକମ୍ପ ମୃତ୍ୟୁ ସଂଖ୍ୟା ଟପିଲା ୨ ହଜାର…

ରାବାତ,୧୦।୯ : ଶୁକ୍ରବାର ବିଳମ୍ବିତ ରାତିରେ ମୋରୋକୋରେ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ୨ ହଜାର ଅତିକ୍ରମ କରିଛି। ମୋରୋକୋରେ ଏହି ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପୁନରୁଦ୍ଧାର ପାଇଁ ବହୁତ ସମୟ ଲାଗିବ ବୋଲି କୁହାଯାଉଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ରିପୋର୍ଟ ଅନୁଯାୟୀ, ମୋରୋକୋରେ ୬.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଛି।

ଏହି ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ୭୨ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଥିଲା। ମୋରୋକୋ ସରକାର କହିଛନ୍ତି ବର୍ତ୍ତମାନ ପର୍ଯ୍ୟନ୍ତ ଭୂକମ୍ପରେ ୨୦୧୨ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ୨୦୫୯ ଲୋକ ଆହତ ହୋଇଛନ୍ତି। ଏଥିମଧ୍ୟରୁ ୧୪୦୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏଭଳି ପରିସ୍ଥିତିରେ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି। ଚାରି ଆଡେ ଭୂକମ୍ପ ଦୁର୍ଗତଙ୍କ ଆକୁଳ ଚିତ୍କାର ଶୁଣାଯାଉଛି।

ଲୋକମାନେ କହିଛନ୍ତି ମରକ୍କୋର କାସାବ୍ଲାନଙ୍କ ଏବଂ ରାବାତରେ ମଧ୍ୟ ଭୂକମ୍ପରେ ପ୍ରବଳ କମ୍ପନ ଅନୁଭୂତ ହୋଇଛି। ଲୋକେ ଘରେ ଶୋଇଥିବା ସମୟରେ ଭୂକମ୍ପ ହେବାରୁ ସେମାନେ ଭୟଭୀତ ହୋଇ ଦୌଡ଼ି ପଳାଇଥିଲେ। କୁହାଯାଉଛି ଗତ ୧୨୦ ବର୍ଷ ମଧ୍ୟରେ ଉତ୍ତର ଆଫ୍ରିକା ଦେଶ ମୋରୋକୋରେ ଏହା ସବୁଠାରୁ ଶକ୍ତିଶାଳୀ ଭୂକମ୍ପ ଥିଲା।

ଭୂକମ୍ପ ପରେ ଲୋକମାନେ ପ୍ରଭାବିତ ଅଞ୍ଚଳରେ ଏବେ ବି ଆତଙ୍କିତ ଅବସ୍ଥାରେ ଅଛନ୍ତି। ମୋରୋକୋ ସରକାର କହିଛନ୍ତି ସମ୍ବଳ ସଂଗ୍ରହ କରାଯାଇଛି ଏବଂ ପ୍ରଭାବିତ ଅଞ୍ଚଳକୁ ସହାୟତା ପଠାଯାଇଛି। ଲୋକଙ୍କୁ ରକ୍ତ ଦାନ କରିବାକୁ ନିବେଦନ କରାଯାଇଛି। ଫିଲ୍ଡ ହସ୍ପିଟାଲ ନିର୍ମାଣ କରି ସେନା ଲୋକଙ୍କ ଚିକିତ୍ସା ଆରମ୍ଭ କରିଛି। ମୋରୋକୋରେ ଏହି ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଛି ଏହାର ମୂଲ୍ୟାଙ୍କନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?