ପରଦା କଳାକୁ ପ୍ରୋତ୍ସାହନ ନାହିଁ

ଖୋର୍ଦ୍ଧା ଅଫିସ, ୧୦ା୩: ଏକଦା ପରଦା କଳାକୁ ନେଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଧଳାପଥର ଗ୍ରାମ। ଏହି ଗ୍ରାମର ଉଦୟନାଥ ସାହୁଙ୍କ ଭଳି ପ୍ରତିଭାବାନ ଶିଳ୍ପୀଙ୍କ ହାତର ଯାଦୁରେ ଚମକୁଥିଲା କଳାକୃତି। ଦେଶ ବିଦେଶରେ ଏହାର ଚାହିଦା ରହିଥିଲା। ଏବେ କିନ୍ତୁ ଆବଶ୍ୟକ କଞ୍ଚାମାଲ ଓ ସରକାରୀ ସ୍ତରରେ ଉପଯୁକ୍ତ ପ୍ରୋତ୍ସାହନ ଅଭାବ କାରଣରୁ ପରଦା କଳା ହଜିଯିବାକୁ ବସିଲାଣି।
ପରଦା କଳାର ଜନକ ହେଉଛନ୍ତି ଉଦୟନାଥ ସାହୁ। ତାଙ୍କ ଅବଦାନ ଯୋଗୁ ପରଦା କଳାର ଗାଁ ଭାବେ ଧଳାପଥର ପରିଚୟ ପାଇପାରିଛି। ଲକ୍ଷ୍ମୀ ଓ ବିଦ୍ୟାଧର ସାହୁଙ୍କ ପୁତ୍ର ଉଦୟନାଥ ପିଲାବେଳୁ ଚିତ୍ରକଳା ପ୍ରତି ବିଶେଷ ଆକୃଷ୍ଟ ହୋଇଥିଲେ। ନିଜ ଚେଷ୍ଟାରେ ପ୍ରଥମେ ବୁଣାଲୁଗାରେ ଶ୍ରୀମନ୍ଦିରର ଏକ କଳାକୃତି ପ୍ରସ୍ତୁତ କରିଥିଲେ। ପରେ ସେ ବିଭିନ୍ନ କଳାକୃତି କରି ସଫଳତାର ଶିଡ଼ି ଚଢି ଚାଲିଥିଲେ। କୃତ୍ରିମ ଉପାୟରେ ଗଛର ଛେଲି, ପତ୍ର, ଫଳ ପ୍ରଭୃତିରୁ ସେ ରଙ୍ଗ ପ୍ରସ୍ତୁତ କରୁଥିଲେ। ସେ ବିଭିନ୍ନ ଶୈଳୀର ଶାଢ଼ି, ପାଟଲୁଗା, ବସ୍ତ୍ର ବୁଣୁଥିଲେ। ପରଦା କଳାକୁ ଲୋକପ୍ରିୟ କରାଇବା ଲାଗି ସେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନୀ ଆୟୋଜନ କରୁଥିଲେ। ପରଦାରେ ଶ୍ରୀମନ୍ଦିର, କୋଣାର୍କ, ଖଣ୍ଡଗିରି, ଉଦୟଗିରି, ଧଉଳି ଶାନ୍ତିସ୍ତୂପ, ତାଜମହଲ, ଅଶୋକ ଚକ୍ର, ଓଡ଼ିଶା ମାନଚିତ୍ର, ମହାପ୍ରଭୁଙ୍କ ବିଭିନ୍ନ ବେଶ, ନବଗୁଞ୍ଜର, କଳସ, ଦେବଦେବୀ, ପଶୁପକ୍ଷୀ, ଗଛଲତା ପ୍ରଭୃତି ଆଙ୍କି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିଲେ। ଏସବୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିଲା। ୧୯୪୬ ମସିହାରେ ତତ୍କାଳୀନ ଓଡ଼ିଶା ଗଭର୍ନର ତାଙ୍କୁ ସମ୍ମାନିତ କରିଥିଲେ। ୧୯୫୫ରେ ସେ ସୌରାଷ୍ଟ୍ର ଖଦି ବୋର୍ଡ ଏବଂ ୧୯୫୬ରେ ବନାରସ ଖଦି ବୋର୍ଡ ପକ୍ଷରୁ ସମ୍ମାନିତ ହୋଇଥିଲେ। ସେହି ସମୟରେ ହସ୍ତତନ୍ତ କଳାକୁ ଉଜ୍ଜୀବିତ ରଖିବା ଲାଗି ସେ ଧଳାପଥର ତନ୍ତବାୟ ସହଯୋଗ ସମିତି ପ୍ରତିଷ୍ଠା କରିଥିଲେ। ତେବେ ଉଦୟନାଥଙ୍କ ବିୟୋଗ ପରଠୁ ଏହି କଳା ଅଣଦେଖା ହୋଇପଡ଼ିଛି। ଆବଶ୍ୟକ କଞ୍ଚାମାଲ ମିଳୁ ନ ଥିବାବେଳେ ସରକାରୀ ସ୍ତରରେ ପ୍ରୋତ୍ସାହନ ଅଭାବ କାରଣରୁ ପରଦା କଳାରେ ପରଦା ପଡ଼ିବାକୁ ବସିଲାଣି। ଦିନେ ପରଦା କଳାକୁ ନେଇ ଗର୍ବ କରୁଥିବା ଧଳାପଥର ଗାଁ ଏବେ ନୂଆ ପରିଚୟ ଖୋଜୁଛି। ଏଥିପ୍ରତି ସରକାର ଦୃଷ୍ଟି ଦେବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।

 

-ପ୍ରଭାତ ପାଣିଗ୍ରାହୀ


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri