କେନ୍ଦୁଝରରେ ବ୍ୟାପୁଛି ସ୍କ୍ରବ୍‌ ଟାଇଫସ୍‌

କେନ୍ଦୁଝର,୧୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ସ୍କ୍ରବ୍‌ ଟାଇଫସ ରୋଗୀଙ୍କ ସଂଖ୍ୟା ବଢୁଛି। ବିଶେଷ କରି ଚାଷୀ, ମୂଲିଆ ଲୋକମାନେ ବେଶି ଏହି ରୋଗରେ ଆକ୍ରାନ୍ତ ହେଉଥିବା ଜଣାପଡ଼ିଛି। ଜିଲାରେ ୬୦୦ରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ ହୋଇଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ବର୍ତ୍ତମାନ ୧୦ରୁ ଊର୍ଦ୍ଧ୍ୱ ଚିକିତ୍ସାଧୀନ ରହିଛନ୍ତି। ଜିଲାରେ ଡେଙ୍ଗୁ ଜ୍ୱରକୁ ନେଇ ଲୋକେ ଭୟଭୀତ ହୋଇପଡୁଥିବା ବେଳେ ଏବେ ଏହି ଅଜଣା ରୋଗର ଭୟ ସମସ୍ତଙ୍କ ଚିନ୍ତା ବଢ଼ାଇଦେଇଛି।
ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. କିଶୋର ଚନ୍ଦ୍ର ପୃଷ୍ଟିଙ୍କ ସୂଚନା ମୁତାବକ, ରୋଗୀଙ୍କ ଜ୍ୱର ଅଧିକ ରହିଲେ ଏବଂ ଜ୍ୱର ଭଲ ନ ହେଲେ ଏହାର ପରୀକ୍ଷା କରାଯାଉଛି। ଏହା ସ୍କ୍ରବ୍‌ ଟାଇଫସ ପଜିଟିଭ ଜଣାପଡ଼ିଲେ ଚିକିତ୍ସା କରାଯାଉଛି। ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ଦେହର ତାପମାତ୍ରା ଅଧିକ ରହୁଛି। ଗତ ଜୁନ୍‌ରୁ ଏପର୍ଯ୍ୟନ୍ତ ସମୁଦାୟ ୧୭୩୧ ଜଣଙ୍କ ରକ୍ତ ନମୁନା ସଂଗ୍ରହ କରି ଯାଞ୍ଚ କରାଯାଇଛି। ଏଲିସା ଓ ଷ୍ଟ୍ରିପ୍‌ ପ୍ରକ୍ରିୟାରେ ଯାଞ୍ଚ କରାଯାଇଥିବା ବେଳେ ସେଥିରୁ ୬୨୭ ଜଣଙ୍କ ପଜିଟିଭ ବାହାରିଛି। ଅଦ୍ୟାବଧି କେହି ଗୁରୁତର କିମ୍ବା ମୃତ୍ୟୁବରଣ କରି ନ ଥିବା ବେଳେ ମାଗଣାରେ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିବାରୁ ରୋଗୀ ସୁସ୍ଥ ହୋଇ ଘରକୁ ଫେରୁଥିବା ସିଡିଏମ ପୃଷ୍ଟି କହିଛନ୍ତି। ଶୁକ୍ରବାର ଜିଲା ମୁଖ୍ୟ ଡାକ୍ତରଖାନାରେ ପାଖାପାଖି ବିଭିନ୍ନ ଓ୍ବାର୍ଡରେ ୧୦ ଜଣ ରୋଗୀ ଚିକିତ୍ସିତ ଥିବା ସୂଚନା ଦେଇଛନ୍ତି। ଏଥିପାଇଁ ଭୟଭିତ ନ ହେବା ପାଇଁ ରୋଗୀଙ୍କ ସମ୍ପର୍କୀୟଙ୍କୁ କୁହାଯାଉଛି।
ପ୍ରକାଶ ଯେ, ଏକ ପ୍ରକାରର କୀଟ କାମୁଡ଼ିଲେ ଏହି ରୋଗ ହେଉଛି। ଏହାବ୍ୟତୀତ ଜଙ୍ଗଲ ବା ବିଲରେ ଯାତାୟାତ କରୁଥିବା ଲୋକଙ୍କୁ ଏହି କୀଟ କାମୁଡ଼ିବା ଦ୍ୱାରା ଏଭଳି ରୋଗ ହେଉଛି। ଯୋଡ଼ା, ତେଲକୋଇ, ହରିଚନ୍ଦନପୁର, ବାଂଶପାଳ ଆଦି ବଣପାହାଡ଼ ଘେରା ଅଞ୍ଚଳରେ ଅଧିକ ଆକ୍ରାନ୍ତ ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri