ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ : ୨ସପ୍ତାହରେ ୫ମୃତ

ବରଗଡ ୧୨।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ସ୍କ୍ରବ ଟାଇଫସ ରୋଗ ଏବେ ଆତଙ୍କ ଖେଳାଇ ଦେଇଛି। ଜିଲାରେ ଗତ ୨ସପ୍ତାହ ମଧ୍ୟରେ ୫ଜଣଙ୍କ ମୃତ୍ୟୁ ହେଲାଣି। ସେହିପରି ଅନେକ ଆକ୍ରାନ୍ତ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ଏକ କୀଟ କାମୁଡା ଯୋଗୁଁ ଲୋକେ ଏହି ରୋଗରେ ଆକ୍ରାନ୍ତ ହେଉଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ରୋଗରେ ବର୍ତ୍ତମାନ ସୁଦ୍ଧା ୫ଜଣଙ୍କ ମୃତ୍ୟୁ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ଡା. ଜିତେନ୍ଦ୍ର ମୋହନ ବେବର୍ତ୍ତା କହିଛନ୍ତି । ସେମାନଙ୍କ ମଧ୍ୟରେ ଅତାବିରା ବ୍ଲକ ଲସ୍ତଲା, ଭେଡେନ ବ୍ଲକର ସାହ୍ଲେପାଲି, ସୋହେଲା ବ୍ଲକର ପେଟୁପାଲି, ବେହେରାପାଲି ଏବଂ ବରପାଲି ବ୍ଳକ ଖଇରପାଲିର ଜଣେ ଲେଖାଏଁ ରହିଥିବା ସେ କହିଛନ୍ତି।

ସେହିପରି ଇତିମଧ୍ୟରେ ୧୭୮ଜଣଙ୍କ ରକ୍ତ ନମୁନା ପରୀକ୍ଷା ହୋଇଛି ଏବଂ ୩ଜଣଙ୍କ ପଜିଟିଭ ରିପୋର୍ଟରେ ଆସିଥିବା ସିଡିଏମଓ ସୂଚନା ଦେଇଛନ୍ତି। ଜିଲାର ଲୋକେ ମୁଖତଃ ଚାଷ କାମ ଉପରେ ନିର୍ଭର କରୁଥିବାବେଳେ ସାଧାରଣତଃ ଚାଷ ଜମିକୁ ଯିବା ଆସିବା ଲାଗି ରହିଥାଏ ।
ତେବେ ଏଭଳି ସମୟରେ ଚାଷୀଙ୍କ ଚିନ୍ତା ବଢାଇଦେଇଛି ସ୍କର୍ବ ଟାଇଫସ କୀଟ। ଏକ କୀଟ ଏହି ରୋଗର କାରଣ ହେଉଥିବାବେଳେ ଲୋକେ ସଚେତନତାର ଅଭାବ ଯୋଗୁ ମୃତ୍ୟୁ ମୁଖରେ ପଡୁଛନ୍ତି। ତେବେ ଏହି ରୋଗର ଚିକିତ୍ସା ବ୍ୟବସ୍ଥା ରହିଛି ଏବଂ ଜ୍ବର ଲାଗି ରହିଲେ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିବା ପାଇଁ ସିଡିଏମଓ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri