ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ସୋମବାର ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକ ଜଣକ ହେଲେ ବରଗଡ଼ ଅମ୍ବାପାଲି ଅଞ୍ଚଳର ଭାଗିରଥି ଭୋଇ (୬୮)।

ସୂଚନା ଅନୁଯାୟୀ, ଭାଗିରଥି ଗତ କିଛି ଦିନ ଧରି ପ୍ରବଳ ମୁଣ୍ଡ ବିନ୍ଧା, ଜ୍ବର ଓ ଆଖି ଦରଜ ସମସ୍ୟାରେ ପୀଡ଼ିତ ଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରିଥିଲେ। ସେଠାରେ ରକ୍ତ ନମୁନା ପରୀକ୍ଷା କରାଯିବା ପରେ ସେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ଥିବା ସ୍ପଷ୍ଟ ହୋଇଥିଲା। ତେବେ ହସ୍ପିଟାଲ ଆଣିବାରେ ବିଳମ୍ବ ହୋଇଥିବାରୁ ଏବଂ ରୋଗଟି ଶରୀରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଅଙ୍ଗକୁ ପ୍ରଭାବିତ କରିସାରିଥିବାରୁ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଡାକ୍ତର ସୂଚନା ଦେଇଥିବା ମୃତକଙ୍କ ପୁଅ ଅଶ୍ୱିନୀ ପ୍ରକାଶ କରିଛନ୍ତି।

ଅନ୍ୟପଟେ ଏହି ଘଟଣା ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମଓ) ଡା. ପ୍ରଶାନ୍ତ କିଶୋର ଦାଶଙ୍କୁ ପଚାରିବାରୁ, ଏ ସଂକ୍ରାନ୍ତରେ ପ୍ରକୃତ ସରକାରୀ ତଥ୍ୟ ବର୍ତ୍ତମାନ ସୁଦ୍ଧା ତାଙ୍କ ପାଖକୁ ହସ୍ତଗତ ହୋଇନାହିଁ। ସମ୍ପୂର୍ଣ୍ଣ ରିପୋର୍ଟ ମିଳିବା ପରେ ହିଁ ଆବଶ୍ୟକୀୟ ସୂଚନା ଦିଆଯିବ ବୋଲି ସେ କହିଛନ୍ତି।

ସ୍କ୍ରବ୍ ଟାଇଫସ୍‌ରେ ବୃଦ୍ଧଙ୍କ ଜୀବନ ଯିବା ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ତଥା ସାରା ଜିଲାରେ ସାଧାରଣ ଯାତ୍ରୀ ଓ ଆଞ୍ଚଳିକ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଏବଂ ଆତଙ୍କ ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?