ସ୍କ୍ରବ୍‌ ଅଣାୟତ୍ତ: ସୁନ୍ଦରଗଡ଼ରେ କେନ୍ଦ୍ରୀୟ ଟିମ୍‌

ସୁନ୍ଦରଗଡ଼,୧।୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ଼ରେ ଅଣାୟତ୍ତ ହେଉଛି ସ୍କ୍ରବ୍‌ ଟାଇଫସ୍‌ ସଂକ୍ରମଣ। ଗତ୨୪ଘଣ୍ଟାରେ ୩ ନୂଆ ସଂକ୍ରମିତ ଚିହ୍ନଟ ପରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଖ୍ୟା ୨୯୫ରେ ପହଞ୍ଚିଛି। ଶୁକ୍ରବାର ଜିଲାରେ ୬ ଜଣିଆ କେନ୍ଦ୍ରୀୟ ଟିମ୍‌ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଟିମ୍‌ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. କାହ୍ନୁଚରଣ ନାୟକଙ୍କ ସହ ସ୍କ୍ରବ୍‌ ଟାଇଫସ୍‌ ଉପରେ ଆଲୋଚନା କରିଥିଲେ। ନିଆଯାଉଥିବା ପଦକ୍ଷେପ ଓ ଏହାର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରେ ଏହି ଟିମ୍‌ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ନେଇ ସଦର ବ୍ଲକର ମଝାପଡ଼ା ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ଏଠାରେ ଥିବା ପରୀକ୍ଷଣ କେନ୍ଦ୍ର ତଥା କୁଣ୍ଡୁକେଲା ଗ୍ରାମ ଓ ସୁନ୍ଦରଗଡ ମହେଶଡ଼ିହୀ ସ୍ଥିତ ଅର୍ବାନ ହେଲଥ ସେଣ୍ଟର ପରିଦର୍ଶନ କରିଥିଲେ। ଏହି ଟିମ୍‌ରେ କେନ୍ଦ୍ରର ଡା. ସମୀର ଗୁଲାଟି, ଡା. ଧରା ବି ଶାହ, ଡା. ଆରୁଷି ଘାଇ, ଡା. ତୁଷାର ନାଲେ ଥିବାବେଳେ ରାଜ୍ୟର ଡା. ସୁରଜିତ ଗରାବଡୁ ଓ ରାଜ୍ୟ ଟାଟା ମ୍ୟାନେଜର ଶୁଭାଶିଷ ଜେନା ସାମିଲ ହୋଇଥିଲେ। ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନାୟକଙ୍କ କହିବା ଅନୁଯାୟୀ, ଟିଗର ନାମକ ଏକ ବିଷାକ୍ତ କୀଟ କାମୁଡିବା ଦ୍ବାରା ଏହି ରୋଗ ହୋଇଥାଏ। ଏହି କୀଟ କାମୁଡିବା ଦ୍ବାରା ଶରୀରରେ ଘା’ ଲକ୍ଷଣ ଦେଖାଯାଇଥାଏ। ପରେ ଘା’ ର ଚାରିପାଖ ନାଲି ପଡିଯାଏ ଓ ଧୀରେଧୀରେ ମଝି ଅଂଶ କଳା ପଡିଯାଏ। ଏଥିରେ ଆକ୍ରାନ୍ତ ରୋଗୀଙ୍କ ଶରୀର ଘୋଳାବିନ୍ଧା ସହ ଜ୍ବର ହୋଇଥାଏ। ବର୍ତ୍ତମାନ ବର୍ଷା ଲାଗି ରହିଥିବାରୁ ବୁଦାଳିଆ ସ୍ଥାନ ଓ ଚାଷ ଜମିକୁ ଯିବା ବେଳେ ଶରୀରରକୁ ସମ୍ପୂର୍ଣ୍ଣ ଘୋଡାଇ ହୋଇ ଯିବାକୁ ଲୋକଙ୍କୁ ସଚେତନ କରାଯାଉଛି।ଏପରି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ ସେ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri