ଏସଡିପିଓଙ୍କ ମିଳିତ ଚଢ଼ାଉ: ବିପୁଳ ପରିମାଣ ବିଦେଶୀ ମଦ ଜବତ, ଜଣେ ଗିରଫ

ପଟ୍ଟାଙ୍ଗି,୫।୪(ଶରତ ଧଳ):ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ଧରପଗଡ କ୍ଷେତ୍ରରେ ତପ୍ତରତା ପ୍ରକାଶ ପାଇଛି। ଏହିପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ଅଞ୍ଚଳରେ। ସୂଚନା ମୁତାବକ, ସୁନାବେଡା ଏସଡିପିଓ ମନୋବ୍ରତା ଶତପଥୀ ଏବଂ ଆଇପିଏସ୍‌(ପ୍ରୋଭିସନାଲ୍‌) ପାର୍ଥ କଶ୍ୟପ ମିଳିତ ଚଢାଉ
ସମୟରେ ଉକ୍ତ ଅଞ୍ଚଳରୁ ୯୦ ଲିଟର ଫରେନ ଲିକର୍‌ ସିଜ କରି ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛନ୍ତି।
ସୂଚନାଯୋଗ୍ୟ, ଜିଲାର ପଟ୍ଟାଙ୍ଗି ବ୍ଲକ ଏକ ଆନ୍ଧ୍ର ରାଜ୍ୟ ସୀମାନ୍ତ ହୋଇଥିବା ବେଳେ ନିର୍ବାଚନ ବିଗୁଲ ବାଜିଥିବା ବେଳେ ଆଶାୟୀ ପ୍ରାର୍ଥୀମାନେ ମଧ୍ୟ ନିଜ ନିଜ ଦଳ ପକ୍ଷରୁ ଟିକେଟ ପାଇ ସାରିଲେଣି, ଯାହାକୁ ନେଇ ଏହିପରି ସ୍ଥିତିରେ ପୋଲିସ ପାଇଁ ସୁରକ୍ଷା ବ୍ୟବସ୍ଥା ଏକ ଗୁରୁତ୍ୱପୂର୍ଣ୍ଣ ହୋଇ ଥିବା ସହ ନିର୍ବାଚନ ପୁର୍ବରୁ ହେଉ ବା ନିର୍ବାଚନ ସମୟରେ କୈଣସି ଅଘଟଣ ନ ଘଟୁ ଏହାକୁ ଦୃଷ୍ଟିରେ ରଖି ସୁନାବେଡା ଏସଡିପିଓ ଶତପଥୀଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଅନ୍ୟପକ୍ଷରେ ଉକ୍ତ ଅଧିକାରୀଙ୍କ ଅଧିନରେ ଯାଉଥିବା ସୁନାବେଡା, ଶିମିଳିଗୁଡା, ଦାମନଯୋଡି, ପଟ୍ଟାଙ୍ଗି, କୋଟିଆ ଏବଂ ସୁଙ୍କି ପ୍ରମୁଖ ଥାନା ମାନଙ୍କ ଅଞ୍ଚଳରେ ଯେପରି କୈଣସି ଅଘଟଣ ନ ଘଟେ ସେଥିପ୍ରତି ଦୃଷ୍ଟି ରଖିବାକୁ ସମ୍ପୃକ୍ତ ଥାନାଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …

ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri