ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମକୁ ସଂଲଗ୍ନ ହୋଇଥିବା ରାସ୍ତା ଓ ଗଙ୍ଗାଦେବୀ ମନ୍ଦିର ସମୁଦ୍ର ଗର୍ଭରେ ଲୀନ ହୋଇଯିବା ପରେ ଅଞ୍ଚଳବାସୀଙ୍କ ଭୟ ଦ୍ବିଗୁଣିତ ହୋଇଯାଇଛି।

ସମୁଦ୍ର ଦିନକୁ ଦିନ କୂଳ ଲଙ୍ଘି ଗ୍ରାମ ଆଡକୁ ଅଗ୍ରସର ହେଉଥିବାରୁ ଆର୍ଯ୍ୟପଲ୍ଲୀ ଗ୍ରାମଟି ଦିନେ ନା ଦିନେ ସମୁଦ୍ରର ଆଁ ଭିତରକୁ ଚାଲିଯିବ ବୋଲି ଗ୍ରାମବାସୀ ଆଶଙ୍କା ପ୍ରକାଶ କରିଛନ୍ତି। ପୂର୍ବରୁ ସମୁଦ୍ର ଗ୍ରାମଠାରୁ ୨ କିଲୋମିଟର ଦୂରରେ ଥିବାବେଳେ ବର୍ତ୍ତମାନ ତାହା ମାତ୍ର ୫୦ ମିଟର ଦୂରରେ ରହିଛି। ଗ୍ରାମର ଶେଷ ଭାଗରେ ଥିବା କୋଠଘର ଏବଂ ମନ୍ଦିର ଆଦି ସମୁଦ୍ରରେ ମିଶି ସାରିଥିବାରୁ ଗ୍ରାମବାସୀ ଏହାର ସ୍ଥାୟୀ ସମାଧାନ ପାଇଁ ବହୁ ଦିନରୁ ଦାବି କରିଆସୁଛନ୍ତି।

ଗତ କିଛି ଦିନ ତଳେ ଗଞ୍ଜାମ ଜିଲା ପ୍ରଶାସନ ଅଞ୍ଚଳବାସୀଙ୍କ ସହ ଆଲୋଚନା କରି ସ୍ଥାୟୀ ସମାଧାନ ନିମନ୍ତେ ପ୍ରତିଶୃତି ଦେଇଥିଲା। ଜଳସେଚନ ବିଭାଗର ଅଧିକ୍ଷକ ଯନ୍ତ୍ରୀଙ୍କୁ ବୈଷୟିକ ବିଶ୍ଳେଷଣ କରି ଏବଂ ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଚେନ୍ନାଇ ସ୍ଥିତ ଜାତୀୟ ସମୁଦ୍ର ପ୍ରଯୁକ୍ତିବିଦ୍ୟା ସଂସ୍ଥାନ ପକ୍ଷରୁ ଚିକିଟି ବ୍ଲକର ରାମାୟାପାଟଣା ଓ ଆର୍ଯ୍ୟପଲ୍ଲୀ ବେଳାଭୂମି କ୍ଷୟ ଉପରେ ବିଶ୍ଳେଷଣ କରାଯାଇ ତାର ଡିପିଆର୍ ଅତି ନିକଟରେ ପ୍ରସ୍ତୁତ ହେବାକୁ ଯାଉଥିବା ଜିଲାପାଳ ସୂଚନା ଦେଇଥିଲେ।

ତେବେ ବର୍ତ୍ତମାନ ପୁନର୍ବାର ସମୁଦ୍ର କୂଳ ଲଙ୍ଘିଥିବାରୁ ସ୍ଥାନୀୟ ମତ୍ସ୍ୟଜୀବୀ ସମ୍ପ୍ରଦାୟ ତଥା ଗ୍ରାମବାସୀ ଶୀଘ୍ର ଗାର୍ଡ ୱାଲ (ରକ୍ଷା ପ୍ରାଚୀର) ନିର୍ମାଣ କରିବାକୁ ଦାବି କରିଛନ୍ତି। ଯଦିଶୀଘ୍ର ଏହି ସମସ୍ୟାର ସ୍ଥାୟୀ ପ୍ରତିକାର କରା ନ ଯାଏ, ତେବେ ଆଗାମୀ ଦିନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଦେବେ ବୋଲି ସେମାନେ କଡ଼ା ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri