ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ ନିର୍ମାଣ କରି ଅଞ୍ଚଳକୁ ସୁରକ୍ଷା ଦେବା ଦାବିରେ ମଙ୍ଗଳବାର ସାନ ଆର୍ଯ୍ୟପଲ୍ଲୀ, ବଡ଼ ଆର୍ଯ୍ୟପଲ୍ଲୀ, କେ. ଆର୍ଯ୍ୟପଲ୍ଲୀ ଓ କତୁର ଗ୍ରାମର ଭଦ୍ରବ୍ୟକ୍ତି ଏବଂ ଅଞ୍ଚଳବାସୀ ଗଞ୍ଜାମ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି।

ଏନେଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଲିଖିତ ଦାବିପତ୍ର ପ୍ରଦାନ କରି ସମୁଦ୍ର କୂଳରେ ଶୀଘ୍ର ସ୍ଥାୟୀ ପଥର ବନ୍ଧ ନିର୍ମାଣ କରିବାକୁ ଦାବି କରାଯାଇଛି। ଦାବି ପୂରଣ ନହେଲେ ଆସନ୍ତା ୧୭ ତାରିଖରେ ଆନ୍ଦୋଳନକୁ ଓହ୍ଲାଇ ଗୋପାଳପୁର ପୋର୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଗଣଧାରଣା ଦିଆଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।

ଅଞ୍ଚଳବାସୀଙ୍କ କହିବା ଅନୁଯାୟୀ, ଗତବର୍ଷ ଜୁଲାଇ ୨୫ ତାରିଖରେ ଗୋପାଳପୁର ପୋର୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ପରେ ଜିଲା ପ୍ରଶାସନର ମଧ୍ୟସ୍ଥତାରେ ଏକ ତ୍ରିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଗ୍ରାମର ସମୁଦ୍ର କୂଳ ସମ୍ପୂର୍ଣ୍ଣ ସୁରକ୍ଷିତ ନହେବା ପର୍ଯ୍ୟନ୍ତ ପ୍ରତିଦିନ ୨୫ଟି ହାଇୱା ଟ୍ରକ୍‌ ଯୋଗେ ପଥର ପକାଇବାକୁ ନିଷ୍ପତ୍ତି ହୋଇଥିଲା। ହେଲେ ମାତ୍ର ୧୦ ଦିନ କାମ ହେବା ପରେ ଏହା ବନ୍ଦ ହୋଇଯାଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।

ଫଳରେ ସମୁଦ୍ର କୂଳ ସୁରକ୍ଷା ପାଇଁ କୌଣସି ସ୍ଥାୟୀ ସମାଧାନ ହୋଇ ନ ଥିବା ବେଳେ ସମୁଦ୍ର ଆହୁରି ଗ୍ରାମ ନିକଟକୁ ମାଡ଼ି ଆସୁଛି। ଏଭଳି ସ୍ଥିତି ଜାରି ରହିଲେ ଆର୍ଯ୍ୟପଲ୍ଲୀ ଗ୍ରାମ ସମୁଦ୍ର ଗର୍ଭରେ ଲୀନ ହୋଇଯିବାର ଆଶଙ୍କା ରହିଥିବା ଅଞ୍ଚଳବାସୀ କହିଛନ୍ତି। ତେଣୁ ଯଥାଶୀଘ୍ର ସ୍ଥାୟୀ ପଥର ବନ୍ଧ ନିର୍ମାଣ କରି ଗ୍ରାମକୁ ସୁରକ୍ଷା ଦେବାକୁ ସେମାନେ ଦାବି କରିଛନ୍ତି।

ଦାବିପତ୍ର ପ୍ରଦାନ ସମୟରେ ଗଞ୍ଜାମ ଜିଲ୍ଲା ମତ୍ସ୍ୟଜୀବୀ ଫୋରମ୍‌ର ଜିଲା ସଭାପତି ଏମ୍. ଗୁମାଲୀ, ସାଧାରଣ ସମ୍ପାଦକ ବି. ଭୀମସେନ, ପୂର୍ବତନ ଛତ୍ରପୁର ବ୍ଲକ ଉପାଧ୍ୟକ୍ଷ ପ୍ରଶାନ୍ତ କୁମାର କର, ଏମ୍. ଗୋବିନ୍ଦା, ଏମ୍. ଶାମା, ଜେ. ଚିନେୟାଙ୍କ ସମେତ ବହୁ ଅଞ୍ଚଳବାସୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?