କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ ନିର୍ମାଣ ପାଇଁ ଅଞ୍ଚଳବାସୀ ପୁଣି ଦାବି କରିଛନ୍ତି। ମଙ୍ଗଳବାର ସାନ ଆର୍ଯ୍ୟପଲ୍ଲୀ, ବଡ଼ ଆର୍ଯ୍ୟପଲ୍ଲୀ, କେ. ଆର୍ଯ୍ୟପଲ୍ଲୀ ଓ କତୁର ଗ୍ରାମର ଭଦ୍ରବ୍ୟକ୍ତିଙ୍କ ସହ ଅଞ୍ଚଳବାସୀ ଗଞ୍ଜାମ ଜିଲା ପ୍ରଶାସନକୁ ଦାବିପତ୍ର ପ୍ରଦାନ କରିଛନ୍ତି। ସମୁଦ୍ର କୂଳରେ ଶୀଘ୍ର ସ୍ଥାୟୀ ପଥର ବନ୍ଧ ନିର୍ମାଣ ବ୍ୟବସ୍ଥା କରିବା ପାଇଁ ଦାବି ହୋଇଛି। ନଚେ୍‌ତ ଆସନ୍ତା ୧୭ ତାରିଖରେ ଗୋପାଳପୁର ପୋର୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି। ଅଞ୍ଚଳବାସୀ କହିଛନ୍ତି, ପୂର୍ବରୁ ଗୋପାଳପୁର ପୋର୍ଟ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଜିଲା ପ୍ରଶାସନର ମଧ୍ୟସ୍ଥତାରେ ତ୍ରିପାକ୍ଷିକ ବୈଠକ ହୋଇଥିଲା। ବୈଠକରେ ଗ୍ରାମର ସମୁଦ୍ର କୂଳ ସମ୍ପୂର୍ଣ୍ଣ ସୁରକ୍ଷିତ ନହେବା ପର୍ଯ୍ୟନ୍ତ ପ୍ରତିଦିନ ୨୫ଟି ହାଇୱା ଯୋଗେ ପଥର ପକାଇବାକୁ ନିଷ୍ପତ୍ତି ହୋଇଥିଲା। ହେଲେ ମାତ୍ର ୧୦ ଦିନ କାମ ହେବା ପରେ ଏହା ବନ୍ଦ ହୋଇଯାଇଛି। ଫଳରେ ସମୁଦ୍ର କୂଳ ସୁରକ୍ଷାରେ କୌଣସି ସ୍ଥାୟୀ ସମାଧାନ ହୋଇନଥିବା ବେଳେ ସମୁଦ୍ର ଆହୁରି ଗ୍ରାମ ନିକଟକୁ ମାଡ଼ି ଆସୁଛି। ଏଭଳି ସ୍ଥିତି ଜାରି ରହିଲେ ଆର୍ଯ୍ୟପଲ୍ଲୀ ଗ୍ରାମ ସମୁଦ୍ର ଗର୍ଭରେ ଲୀନ ହୋଇଯିବାର ଆଶଙ୍କା ରହିଥିବା ଅଞ୍ଚଳବାସୀ କହିଛନ୍ତି। ଦାବିପତ୍ର ପ୍ରଦାନ ବେଳେ ଗଞ୍ଜାମ ଜିଲା ମତ୍ସ୍ୟଜୀବୀ ଫୋରମ୍‌ର ଜିଲା ସଭାପତି ଏମ. ଗୁମାଲୀ, ସାଧାରଣ ସମ୍ପାଦକ ବି. ଭୀମସେନ, ପୂର୍ବତନ ଛତ୍ରପୁର ବ୍ଲକ ଉପାଧ୍ୟକ୍ଷ ପ୍ରଶାନ୍ତ କୁମାର କର, ଏମ. ଗୋବିନ୍ଦା, ଏମ. ଶାମା, ଜେ. ଚିନେୟାଙ୍କ ସମେତ ବହୁ ଲୋକ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?