Posted inଜାତୀୟ

ସାମୁଦ୍ରିକ ଝଡ଼ ବିପର୍ଯ୍ୟୟ ନେଲା ଭୟଙ୍କର ରୂପ,୧୫ ଜୁନ୍‌ ଅପରାହ୍ନରେ ସୌରାଷ୍ଟ୍ର-କଚ୍ଛ ଉପକୂଳ ଦେଇ ଗତି କରିବ…

ନୂଆଦିଲ୍ଲୀ,୧୧।୬ : ଆରବ ସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ଝଡ ବିପର୍ଯ୍ୟୟ ଭୟଙ୍କର ରୂପ ନେଇଛି। ପାଣିପାଗ ବିଭାଗ ଅନୁଯାୟୀ, ରବିବାର ସକାଳେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟରେ ପରିଣତ ହୋଇଛି। ଗୁଜରାଟର ପୋରବନ୍ଦର ଠାରୁ ୪୮୦ କିଲୋମିଟର, ଦ୍ୱାରକା ଠାରୁ ୫୩୦ କିଲୋମିଟର ଏବଂ ନଲିଆଠାରୁ ୬୧୦ କିଲୋମିଟର ଦୂରରେ ଏହା ରହିଛି।

ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ରାଜ୍ୟ ଜରୁରୀକାଳୀନ ଅପରେଶନ କେନ୍ଦ୍ର ପରିଦର୍ଶନ କରି ସାଇକ୍ଲୋନ ବିପର୍ଯ୍ୟୟ ବିଷୟରେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ଏହି ସମୟରେ ସେ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳର ସମସ୍ତ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ମଧ୍ୟ କରିଥିଲେ।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ ୧୫ ଅପରାହ୍ନରେ ଏହି ଝଡ଼ ସୌରାଷ୍ଟ୍ର-କଚ୍ଛ ଏବଂ ପାକିସ୍ତାନ ଉପକୂଳ ଦେଇ ପାର ହୋଇପାରେ।

ଆଇଏମଡି ଆହୁରି ମଧ୍ୟ କହିଛି ଗୁରୁବାର ଏହି ସମୟରେ ସୌରାଷ୍ଟ୍ର ଉପକୂଳରେ ପବନର ବେଗ ଘଣ୍ଟାପ୍ରତି ୫୫-୬୫ କିଲୋମିଟର ବେଗ ହେବା ସହ ଏହା ୭୫ କିଲୋମିଟର ବେଗରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେସୌରାଷ୍ଟ୍ର ଏବଂ କଚ୍ଛ ଉପକୂଳରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିପାରେ।

ଆଇଏମଡି ଜୁନ ୧୫ ପର୍ଯ୍ୟନ୍ତ ଏହି ଅଞ୍ଚଳରେ ଧୀବରଙ୍କୁ ମାଛ ଧରିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଉପରେ ତୀକ୍ଷଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri