ଜଗତସିଂହପୁରରେ ପୁଣି କୂଳ ଲଙ୍ଘିଲା ସମୁଦ୍ର, ୫୦୦ ମିଟର ଜନବସତି ଆଡ଼କୁ ମାଡ଼ି ଆସିଲା ପାଣି

ଏରସମା,୨୪।୭(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳ ଭାବେ ପରିଚିତ ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ବେଳାଭୂମିରେ ସମୁଦ୍ର ଜୁଆର ଉଗ୍ର ରୂପ ଧାରଣ କରିଛି। ଅମାବାସ୍ୟା ପ୍ରଭାବରେ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଣାଜୁଆର କୂଳ ଲଂଘିଛି। ଜୁଆର ଉପକୂଳ ଜଙ୍ଗଲ ଅତିକ୍ରମ କରିଯାଇଛି। ବେଳାଭୂମି ମହୋତ୍ସବସ୍ଥଳ, ଉଠା ଦୋକାନ, ଓଟିଡିସି ଗୃହ, ଗାଡି ପାର୍କିଂ ସ୍ଥଳ ପର୍ଯ୍ୟନ୍ତ ମାଡିଯାଇଛି। ସମୁଦ୍ର ଓ ବହୁ ଉଚ୍ଚ ଉପକୂଳ ଜଙ୍ଗଲ ମଧ୍ୟରେ ଜଳ ପତନ ସମାନ ହୋଇଯାଇଛି। ଫଳରେ ସମୁଦ୍ର ସଂଲଗ୍ନ ଗଡ଼ହରିଶପୁର, ପଦ୍ମପୁର, ଆମ୍ବିକ, ଶିଆଳି, ଶଙ୍ଖା, ନୋଳିଆସାହି, କଳବେଦୀ, ରାମତରା ପଞ୍ଚାୟତର ୨୫ ଗ୍ରାମର ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।

ସୂଚନାଯୋଗ୍ୟ, ୨୦୦୫ ମସିହାରେ ସମୁଦ୍ର ବେଳାଭୂମିଠାରୁ ୫୦ ମିଟର ଦୂରରେ ଥିଲା। ସମୟକ୍ରମେ ଜଳବାୟୁ ପତିବର୍ତ୍ତନ ଯୋଗୁ ସମୁଦ୍ର ଜଳ ପତନ ବୃଦ୍ଧି ଘଟି କୂଳମୁହଁା ହୋଇଥିଲା। ମାତ୍ର ପୁରୀ ବେଳାଭୂମି ପରି ଶିଆଳିଠାରେ ସମୁଦ୍ର ଅଗଭୀର ହୋଇଥିବାରୁ ପର୍ଯ୍ୟଟକମାନେ ସମୁଦ୍ର ସ୍ନାନର ମଜା ନେଉଥିଲେ। ଏହାକୁ ଦୃଷ୍ଟିରେ ରଖି ତତ୍କାଳୀନ ବିଧାୟକ ତଥା ମନ୍ତ୍ରୀ ଡା. ଦାମୋଦର ରାଉତ, ବିଧାୟକ ପ୍ରଶାନ୍ତ କୁମାର ମୁଦୁଲିଙ୍କ ସହିତ ପୂର୍ବତନ ବିଡିଓ ମୁରଲୀଧର ସ୍ବାଇଁଙ୍କ ଚେଷ୍ଟାରେ ସେଠାରେ ବେଳାଭୂମି ମହୋତ୍ସବର ଶୁଭାରମ୍ଭ କରାଗଲା। ସେଠାରେ ସମୁଦ୍ର ଦର୍ଶନ ପାଇଁ ଭିୟୁ ଟାୱାର, ଓଟିଡିସି ସଭା ଗୃହ, ଝାଉଁ ଜଙ୍ଗଲ, ଗାଡି ପାର୍କିଂ ପାଇଁ ବିସ୍ତୃତ ସ୍ଥାନ ସୃଷ୍ଟି କରାଯାଇ ଶିଆଳି ବେଳାଭୂମିର ସୌନ୍ଦର୍ଯ୍ୟକରଣ କରାଯାଇଥିଲା।

ବହୁ ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଏହି ସ୍ଥଳକୁ ଆସିବାରେ ଲାଗିଲେ। ଏହାକୁ ବିଚାରକୁ ନେଇ ୨୦୧୪ରେ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଶିଆଳି ସ୍ଥାନ ପାଇଥିଲା। ଏ ନେଇ ଏରସମା ଅଞ୍ଚଳରେ ଆନନ୍ଦର ଲହରି ଖେଳି ଯାଇଥିଲା। ମାତ୍ର ପରିତାପର ବିଷୟ ସରକାରଙ୍କ ପକ୍ଷରୁ ଏହି କ୍ଷେତ୍ରର ବିକାଶ ପାଇଁ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଗଲାନାହିଁ। ଏହା ମଧ୍ୟରେ ସମୁଦ୍ର ଜଳ ପତନ ଆଶାତୀତ ବୃଦ୍ଧି ଘଟି ବାରମ୍ବାର କୂଳ ଲଂଘୁଛି। ଫଳରେ ନିର୍ମାଣ କରାଯାଇଥିବା ଭିୟୁ ଟାଓ୍ବାର ତଳ ଅଂଶରୁ ମାଟି ଓ ବାଲି ଧସି ଯିବାରୁ ବିପଦସଙ୍କଳ ଅବସ୍ଥାକୁ ଚାଲି ଆସିଥିଲା।

ଫଳରେ ପ୍ରଶାସନ ବାଧ୍ୟ ହୋଇ ଭିୟୁ ଟାଓ୍ବାରକୁ ଭାଙ୍ଗି ମାଟିରେ ମିଶାଇବାକୁ ପଡ଼ିଥିଲା। ପ୍ରଶାସନ ପକ୍ଷରୁ ଜୁଆର ରୋଧକ ଭାବେ ଝାଉଁ କାଠ, ତାର ଜାଲି, ପଥର ଦ୍ୱାରା ଯେଉଁ ବ୍ୟବସ୍ଥା କରାଯାଇଥିଲା ତାହା ସମୁଦ୍ର ଗର୍ଭରେ ଲୀନ ହୋଇସାରିଲାଣି। ଜୁନ ପହିଲାରେ ଲୁଣା ଜୁଆର ମାଡି ଯାଇ ଆତଙ୍କ ସୃଷ୍ଟି କରିଥିଲା। ଜୁନ ୧୫ ମଝି ରଜରେ ସମୁଦ୍ର ସ୍ନାନ ସମୟରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଶିଆଳି ଗ୍ରାମର ଦୋଳଗୋବିନ୍ଦ ଜୀଉ ଯୁବ ସଙ୍ଗଠନର କର୍ମକର୍ତ୍ତା ସୁକାନ୍ତ ସାମନ୍ତ କହିଛନ୍ତି, ସାଗରମାଳା ପ୍ରକଳ୍ପ କାଗଜ ପତ୍ରରେ ସୀମିତ ହୋଇଯାଇଛି। ସମୁଦ୍ର ଯେଉଁ କରାଳ ରୂପ ନେଇ ସ୍ଥାଳ ଭାଗ ଆଡକୁ ମାଡି ଆସୁଛି ଏହା ଏରସମା ଅଞ୍ଚଳ ପାଇଁ ବପଦ ସାଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri