ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର ମାଡି ୧୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ଲୁଣି ପାଣି ପଶି ୧୦୦ ଏକର ଚାଷ ଜମି ଜଳମଗ୍ନ ହୋଇଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ, ଏହି ଗାଁ  ସମୁଦ୍ର କୂଳଠାରୁ ୧ କି.ମି. ଦୂର ଜଙ୍ଗଲ ମଧ୍ୟରେ ରହିଛି। ଅମାବାସ୍ୟା ତିଥି ପ୍ରଭାବରେ ସମୁଦ୍ର କୂଳ ଲଙ୍ଘି ଉଚ୍ଚ ଜୁଆର ମାଡ଼ି ଘାଇ ସୃଷ୍ଟି ହୋଇଛି। ଫଳରେ ଚଳିତ ଖରିଫ ଫସଲ ନଷ୍ଟ ହେବା ଆଶଙ୍କା ରହିଛି ବୋଲି ଗ୍ରାମର ଗୁରୁଭା ହାଁସଦା ଓ ସୁନା ମାରାଣ୍ଡି ପ୍ରମୁଖ କହିଛନ୍ତି। ଅପର ପକ୍ଷରେ ଏହି ଗାଁଟି ଘଞ୍ଚ ଜଙ୍ଗଲ ନିକଟରେ ଥିବାରୁ ବନ୍ୟପ୍ରାଣୀ ଭୟ ରହିଛି। ଚଳିତ ଖରିଫ ଋତୁରେ ଧାନଚାଷ କିପରି ହେବ ସାନ୍ତାଳୀମାନେ ଚିନ୍ତାରେ ପଡ଼ିଛନ୍ତି। ତୁରନ୍ତ ପ୍ରଶାସନ ପକ୍ଷରୁ ଏହି ଲୁଣାଘେରି ମରାମତି ସହ ଘାଇ ପୋତିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri