ଗାଁରେ ପଶିଲା ସମୁଦ୍ର ଜଳ

ମହାକାଳପଡ଼ା,୧୪ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଳିଆ ଅଞ୍ଚଳରେ ସମୁଦ୍ର ଜଳ ବୁଧବାର ପ୍ରବେଶ କରିଛି । ସମୁଦ୍ରରେ ଉଚ୍ଚ ଜୁଆର ଉଠିବା ପରେ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଚିଙ୍ଗୁଡ଼ି ଘେରି ବନ୍ଧ ମୁକୁଳା ଥିବାରୁ ସମୁଦ୍ର ଜଳ ଗାଁ ଭିତରକୁ ପ୍ରବେଶ କରୁଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ପୂର୍ଣ୍ଣିମା ତିଥି ଯୋଗୁ ଉଚ୍ଚ ଜୁଆର ଉଠି ଗାଁ ଭିତରକୁ ପଶି ଆସିଛି ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି । ଏହାକୁ ନେଇ ତଳିଆ ଅଞ୍ଚଳ ଲୋକଙ୍କ ମଧ୍ୟରେ ଆତଙ୍କ ପ୍ରକାଶ ପାଇଛି। ବିଶେଷ କରି ମହାକାଳପଡ଼ା ବ୍ଲକ୍‌ ଅଧୀନ ନାଞ୍ଜୁରା ପଞ୍ଚାୟତର ପାଣିଖିଆ ଗାଁ ଓ ଚାଷ ଜମିରେ ସମୁଦ୍ର ଜୁଆର ବୁଧବାର ପ୍ରବେଶ କରିଥିଲା । ଏଥିପାଇଁ ଘର ଲୁଣି ପାଣି ଘେରରେ ରହିଛି । ଏବେ ଗାଁରେ ବିଭିନ୍ନ ସରୀସୃପ ବୁଲୁଛନ୍ତି ବୋଲି ସେହି ଗାଁର ଗୁରୁଭା ହାଁସଦା କହିଛନ୍ତି । ସେହିପରି ବ୍ଲକର ଖରିନାଶି ପଞ୍ଚାୟତ ୧୨ନଂ.ଆଦିବାସୀ ଗ୍ରାମର ବନ୍ଧ ବୁଡ଼ି ଗାଁରେ ସମୁଦ୍ର ଜଳ ପ୍ରବେଶ କରିଛି ବୋଲି ଦୀନବନ୍ଧୁ ମୁର୍ମୁ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ଦେହ ମୁଣ୍ଡ ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri