ପୂଜା ପାଇଁ ସିଆଲଦା-ପୁରୀ ସ୍ପେଶାଲ ଟ୍ରେନ ଚାଲିବ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ ବ୍ୟବସ୍ଥା ହୋଇଛି। ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ନମ୍ବର ୦୩୧୦୧ ଅକ୍ଟୋବର ୧ରୁ ୨୯ ତାରିଖ ଯାଏ (୫ ଟ୍ରିପ୍‌) ପ୍ରତି ଶନିବାର ରାତି ୧୧ଟା ୫୦ରେ ସିଆଲଦାରୁ ବାହାରି ପରଦିନ ପୁରୀରେ ସକାଳ ୯ଟା ୩୫ରେ ପହଞ୍ଚିବ। ସେହିପରି ପୁରୀ-ସିଆଲଦା ପୂଜା ସ୍ପେଶାଲ ଟ୍ରେନ ନମ୍ବର ୦୩୧୦୨ ଅକ୍ଟୋବର ୨ରୁ ୩୦ ମଧ୍ୟରେ (୫ ଟ୍ରିପ୍‌) ପ୍ରତି ରବିବାର ପୁରୀଠାରୁ ଅପରାହ୍ନ ୩ଟା ୫୦ରେ ବାହାରି ପରଦିନ ରାତି ୨ଟାରେ ସିଆଲଦାରେ ପହଞ୍ଚିବ। ଏହି ସ୍ପେଶାଲ ଟ୍ରେନ ଉଭୟ ଦିଗରେ ଭଟ୍ଟନଗର, ଆନ୍ଦୁଲ, ଖଡଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ରୋଡ୍‌, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରୋଡ ଷ୍ଟେଶନରେ ଅଟକିବ। ସେପ୍ଟେମ୍ବର ୧୭ରୁ ପିଆରଏସ୍‌ ଓ ଇଣ୍ଟରନେଟ ମାଧ୍ୟମରେ ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ପାଇଁ ବୁକିଂ ଆରମ୍ଭ ହେବ। ଏହି ପୂଜା ସ୍ପେଶାଲ ଟ୍ରେନ ପାଇଁ ସାଧାରଣ ଦେୟଠାରୁ ଅତିରିକ୍ତ ସ୍ବତନ୍ତ୍ର ଦେୟ ନିଆଯିବ। ଏହି ଟ୍ରେନରେ କୌଣସି ରିହାତି ଯୋଗ୍ୟ ବୁକିଂ ହେବ ନାହିଁ। ତତ୍କାଳ କୋଟା ମଧ୍ୟ ଉପଲବ୍ଧ ହେବ ନାହିଁ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri