ପୂଜା ପାଇଁ ସିଆଲଦା-ପୁରୀ ସ୍ପେଶାଲ ଟ୍ରେନ ଚାଲିବ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ ବ୍ୟବସ୍ଥା ହୋଇଛି। ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ନମ୍ବର ୦୩୧୦୧ ଅକ୍ଟୋବର ୧ରୁ ୨୯ ତାରିଖ ଯାଏ (୫ ଟ୍ରିପ୍‌) ପ୍ରତି ଶନିବାର ରାତି ୧୧ଟା ୫୦ରେ ସିଆଲଦାରୁ ବାହାରି ପରଦିନ ପୁରୀରେ ସକାଳ ୯ଟା ୩୫ରେ ପହଞ୍ଚିବ। ସେହିପରି ପୁରୀ-ସିଆଲଦା ପୂଜା ସ୍ପେଶାଲ ଟ୍ରେନ ନମ୍ବର ୦୩୧୦୨ ଅକ୍ଟୋବର ୨ରୁ ୩୦ ମଧ୍ୟରେ (୫ ଟ୍ରିପ୍‌) ପ୍ରତି ରବିବାର ପୁରୀଠାରୁ ଅପରାହ୍ନ ୩ଟା ୫୦ରେ ବାହାରି ପରଦିନ ରାତି ୨ଟାରେ ସିଆଲଦାରେ ପହଞ୍ଚିବ। ଏହି ସ୍ପେଶାଲ ଟ୍ରେନ ଉଭୟ ଦିଗରେ ଭଟ୍ଟନଗର, ଆନ୍ଦୁଲ, ଖଡଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ରୋଡ୍‌, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରୋଡ ଷ୍ଟେଶନରେ ଅଟକିବ। ସେପ୍ଟେମ୍ବର ୧୭ରୁ ପିଆରଏସ୍‌ ଓ ଇଣ୍ଟରନେଟ ମାଧ୍ୟମରେ ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ପାଇଁ ବୁକିଂ ଆରମ୍ଭ ହେବ। ଏହି ପୂଜା ସ୍ପେଶାଲ ଟ୍ରେନ ପାଇଁ ସାଧାରଣ ଦେୟଠାରୁ ଅତିରିକ୍ତ ସ୍ବତନ୍ତ୍ର ଦେୟ ନିଆଯିବ। ଏହି ଟ୍ରେନରେ କୌଣସି ରିହାତି ଯୋଗ୍ୟ ବୁକିଂ ହେବ ନାହିଁ। ତତ୍କାଳ କୋଟା ମଧ୍ୟ ଉପଲବ୍ଧ ହେବ ନାହିଁ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri