ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ,୨୧ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରବିବାର ଖୋର୍ଦ୍ଧା ଜିଲା ଚିଲିକା ଓ ଖୋର୍ଦ୍ଧା ବ୍ଲକରେ ଭୋଟ ଗ୍ରହଣ ଶେଷ ହୋଇଛି। କାଁ ଭାଁ ବିଶୃଙ୍ଖଳାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାର ସହ ସରିଛି। ଚିଲିକା ବ୍ଲକରେ ୭୩.୩୮ଏବଂ ଖୋର୍ଦ୍ଧା ବ୍ଲକରେ ୭୯.୫୯ ପ୍ରତିଶତ ମତଦାନ ହୋଇଛି। ଚିଲିକା ବ୍ଲକର ୩ ଜିଲା ପରିଷଦ, ୧୭ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ୨୨୫ ୱାର୍ଡମେମ୍ବର ଆସନ ଏବଂ ଖୋର୍ଦ୍ଧା ବ୍ଲକର ୩ ଜିଲା ପରିଷଦ, ୨୨ ଗ୍ରାମପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ୩୨୫ ୱାର୍ଡମେମ୍ବର ଆସନ ପାଇଁ ମତଦାନ ହୋଇଥିଲା। ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା। କିଛି ବୁଥ୍‌ରେ ଭୋଟର ଅଧିକ ଥିବାରୁ ବିଳମ୍ବିତ ସମୟ ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଖୋର୍ଦ୍ଧା ବ୍ଲକର ପଲ୍ଲା, ତୋଟାପଡ଼ା, ତରତୁଆ, ପୁବୁସାହି ଓ କୁରାଢମଲ୍ଲ ପଞ୍ଚାୟତର ଏକାଧିକ ବୁଥ୍‌ ପରିଦର୍ଶନ କରିଥିଲେ। ଜିଲାପାଳଙ୍କ ସହିତ ବିଡିଓ ରୁମାନା ଜାଫ୍ରି, ତହସିଲଦାର ଈପ୍‌ସିତ ସାହୁ, ଥାନାଧିକାରୀ ସଞ୍ଜୟ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପଟେ ଅତିରିକ୍ତ ଜିଲାପାଳ ମନୋଜ ପାଢୀ ପଲ୍ଲା, କାଇପଦର ପ୍ରଭୃତି ବୁଥ୍‌ ବୁଲି ଦେଖିଥିଲେ। ମତଦାନ ଶେଷ ପରେ ଭୋଟ ବାକ୍ସଗୁଡ଼ିକୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଣାଯାଇ ବ୍ଲକ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମ୍‌ରେ ରଖାଯାଇଛି। ଷ୍ଟ୍ରଙ୍ଗରୁମକୁ ପୋଲିସ ଜଗି ରହିଛି। ଜିଲାପାଳ କହିଛନ୍ତି, ତୃତୀୟ ପର୍ଯ୍ୟାୟ ମତଦାନ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଛି। ଖୋର୍ଦ୍ଧାରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ହାର ଭଲ ରହିଛି। ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri