ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ,୨୧ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରବିବାର ଖୋର୍ଦ୍ଧା ଜିଲା ଚିଲିକା ଓ ଖୋର୍ଦ୍ଧା ବ୍ଲକରେ ଭୋଟ ଗ୍ରହଣ ଶେଷ ହୋଇଛି। କାଁ ଭାଁ ବିଶୃଙ୍ଖଳାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାର ସହ ସରିଛି। ଚିଲିକା ବ୍ଲକରେ ୭୩.୩୮ଏବଂ ଖୋର୍ଦ୍ଧା ବ୍ଲକରେ ୭୯.୫୯ ପ୍ରତିଶତ ମତଦାନ ହୋଇଛି। ଚିଲିକା ବ୍ଲକର ୩ ଜିଲା ପରିଷଦ, ୧୭ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ୨୨୫ ୱାର୍ଡମେମ୍ବର ଆସନ ଏବଂ ଖୋର୍ଦ୍ଧା ବ୍ଲକର ୩ ଜିଲା ପରିଷଦ, ୨୨ ଗ୍ରାମପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ୩୨୫ ୱାର୍ଡମେମ୍ବର ଆସନ ପାଇଁ ମତଦାନ ହୋଇଥିଲା। ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା। କିଛି ବୁଥ୍‌ରେ ଭୋଟର ଅଧିକ ଥିବାରୁ ବିଳମ୍ବିତ ସମୟ ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଖୋର୍ଦ୍ଧା ବ୍ଲକର ପଲ୍ଲା, ତୋଟାପଡ଼ା, ତରତୁଆ, ପୁବୁସାହି ଓ କୁରାଢମଲ୍ଲ ପଞ୍ଚାୟତର ଏକାଧିକ ବୁଥ୍‌ ପରିଦର୍ଶନ କରିଥିଲେ। ଜିଲାପାଳଙ୍କ ସହିତ ବିଡିଓ ରୁମାନା ଜାଫ୍ରି, ତହସିଲଦାର ଈପ୍‌ସିତ ସାହୁ, ଥାନାଧିକାରୀ ସଞ୍ଜୟ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପଟେ ଅତିରିକ୍ତ ଜିଲାପାଳ ମନୋଜ ପାଢୀ ପଲ୍ଲା, କାଇପଦର ପ୍ରଭୃତି ବୁଥ୍‌ ବୁଲି ଦେଖିଥିଲେ। ମତଦାନ ଶେଷ ପରେ ଭୋଟ ବାକ୍ସଗୁଡ଼ିକୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଣାଯାଇ ବ୍ଲକ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମ୍‌ରେ ରଖାଯାଇଛି। ଷ୍ଟ୍ରଙ୍ଗରୁମକୁ ପୋଲିସ ଜଗି ରହିଛି। ଜିଲାପାଳ କହିଛନ୍ତି, ତୃତୀୟ ପର୍ଯ୍ୟାୟ ମତଦାନ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଛି। ଖୋର୍ଦ୍ଧାରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ହାର ଭଲ ରହିଛି। ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri