ସିଲ୍‌ ହେଲା ୨ ସିନେମା ହଲ୍‌

ରାୟଗଡ଼ା ଅଫିସ,୯ା୪: କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ସିନେମା ହଲ୍‌ ପରିସରରେ ଦର୍ଶକଙ୍କ ପ୍ରବଳ ଭିଡ଼ ଯୋଗୁ ରାୟଗଡ଼ାସ୍ଥିତ ଅଶୋକ ସିନେମା ହଲ୍‌ ଏବଂ ଉଦୟ ପ୍ଲାଜାକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସିଲ୍‌ କରାଯାଇଛି। ଜିଲାରୁ ଲଗାତର ୧୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଶୁକ୍ରବାର ୧୫ ପଜିିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ପ୍ରଶାସନର ଚିନ୍ତା ବଢ଼ିଛି। ଏଭଳି ପରିସ୍ଥିତିରେ ଏକ ତେଲୁଗୁ ଚଳଚ୍ଚିତ୍ର ରିଲିଜ୍‌ ଯୋଗୁ ଶୁକ୍ରବାର ଦୁଇ ସିନେମା ହଲ୍‌ ପରିସରରେ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଏପରି କି ମାସ୍କ ଓ ସାମାଜିକ ଦୂରତା ମଧ୍ୟ ରହି ନ ଥିଲା। ଏ ବିଷୟରେ ସୂଚନା ପାଇ ଜିଲାପାଳ ସରୋଜ କୁମାର ମିଶ୍ର ଏବଂ ଏସ୍‌ପି ବିବେକାନନ୍ଦ ଶର୍ମା ସେଠାରେ ପହଞ୍ଚିଥିଲେ। କୋଭିଡ୍‌ ଗାଇଡ୍‌ଲାଇନ ଖିଲାପ ହେଉଥିବା ଦେଖି ଦୁଇ ସିନେମା ହଲ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍‌ କରିଥିଲେ। ରାଜ୍ୟ ସରକାର ହଲ୍‌ରେ ୫୦ ପ୍ରତିଶତ ଦର୍ଶକଙ୍କ ପାଇଁ ଅନୁମତି ଦେବା ସହ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାୟଗଡ଼ାଠାରେ ସମସ୍ତ ନିୟମ ଉଲ୍ଲଂଘନ କରାଯାଇଥିଲା। ତେଣୁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri