ସିଲ୍‌ ହେଲା ୭ ମଦ ଦୋକାନ

ଭୁବନେଶ୍ୱର, ୩୦।୬ (ବ୍ୟୁରୋ):କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ଖୋଲି ମଦ ବିକ୍ରି ଉପରେ ଅଙ୍କୁଶ ଲଗାଇଛନ୍ତି ସରକାର। କେବଳ ଅନ୍‌ଲାଇନ୍‌ରେ ମଦ ଯୋଗାଣକୁ ଅନୁମତି ରହିଛି। ହେଲେ ଲକ୍‌ଡାଉନ୍‌ ହେଉ କି ସପ୍ତାହାନ୍ତ ଶଟ୍‌ଡାଉନ୍‌, ସବୁ ସମୟରେ ରାଜଧାନୀରେ ମଦ କାଉଣ୍ଟରରୁ ମଦ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। କିଏ ପଛପାର୍ଶ୍ୱ ଗଳାବାଟରେ ତ ଆଉ କିଏ ଶଟର ତଳେ ବେପାର କରୁଛନ୍ତି। ଏନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିବାବେଳେ ବିଳମ୍ବରେ ପ୍ରଶାସନର ନିଦ ଭାଙ୍ଗିଛି। ଭୁବନେଶ୍ୱରରେ ସଂକ୍ରମଣ କମୁଥିବାବେଳେ ବ୍ୟବସାୟୀ ଓ ଗ୍ରାହକ ଦିନକୁ ଦିନ ଅମାନିଆ ହୋଇପଡୁଥିବାରୁ ବିଏମ୍‌ସି, ବିଡିଏ ଓ କମିଶନରେଟ ପୋଲିସ ସୋମବାରଠାରୁ ଚଢ଼ାଉକୁ ଜୋର୍‌ଦାର କରିଛି। ମଙ୍ଗଳବାର ବିଏମ୍‌ସିର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଓ ବିଡିଏ ପକ୍ଷରୁ ରାଜଧାନୀର ବିଭିନ୍ନ ସ୍ଥାନରେ ଚଢାଉ କରି ୭ ମଦ ଦୋକାନକୁ ସିଲ୍‌ କରିଛି। ଏଥିସହ ଦୋକାନୀଙ୍କଠାରୁ ୪୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।
ଡମଣା, କେୟାର ହସ୍ପିଟାଲ ସମ୍ମୁଖ, ଜୟଦେବ ବିହାର ଓ ଆଚାର୍ଯ୍ୟ ବିହାରରେ ଥିବା ୫ ମଦ ଦୋକାନକୁ ସିଲ୍‌ କରାଯାଇଛି। ସେହିପରି ବାପୁଜୀନଗରରେ ଥିବା ଏକ ମଦ ଦୋକାନରେ ବ୍ୟବସାୟ ଚାଲିଥିବାବେଳେ ତାହାକୁ ସିଲ୍‌ କରାଯାଇ ୧୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ବିଏମ୍‌ସିର ଦକ୍ଷିଣ ପୂର୍ବ ଜୋନ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଶହୀଦନଗରରେ ଥିବା ଏକ ମଦ ଦୋକାନକୁ ସିଲ୍‌ କରିବା ସହ ୨୦ହଜାର ଟଙ୍କା ଜରିମାନା ଆଦାୟ କରିଛି। ଏଥିସହ ସେଠାରେ ଥିବା ୭ଇଲେଭେନ୍‌ ବାର୍‌କୁ ମଧ୍ୟ ସିଲ କରାଯାଇ ୧୦ହଜାର ଟଙ୍କା ଜରିମାନା ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri