ଯମୁନାରେ ମିଳିବ ସିପ୍ଲେନ ସୁବିଧା

ନୂଆଦିଲ୍ଲୀ, ୪।୧: ପର୍ଯ୍ୟଟକ ଓ ପରିଭ୍ରମଣକାରୀଙ୍କୁ ସୁବିଧା ସହିତ କମ ସମୟରେ ଅଧିକରୁ ଅଧିକ ସ୍ଥାନ ଭ୍ରମଣ କରିବାର ସୁଯୋଗ ସ୍ଥଳପଥ ଠାରୁ ଆକାଶ ପଥରେ ହୋଇପାରିବ। ଏହାକୁ ଆଖି ଆଗରେ ରଖି ଖୁବଶୀଘ୍ର ଦିଲ୍ଲୀର ଯମୁନା ନଦୀରୁ ଅଯୋଧ୍ୟା ପର୍ଯ୍ୟନ୍ତ ଏବଂ ମୁମ୍ବାଇର ଶିରିଡି ଅଞ୍ଚଳକୁ ଆସୁଥିବା ପର୍ଯ୍ୟଟକଙ୍କୁ ସିପ୍ଲେନର ସୁବିଧା ଓ ସେବା ସରକାରଙ୍କ ପକ୍ଷରୁ ଯୋଗାଇ ଦେବାର ଯୋଜନା ରହିଛି। ଏ ନେଇ କେନ୍ଦ୍ର ସରକାରଙ୍କ ଜାହାଜ ଚଳାଚଳ ମନ୍ତ୍ରଣାଳୟ (ସିପିଙ୍ଗ ଏବଂ ଜଳ) ଅଧୀନରେ ଥିବା ସାଗରମାଳା ସିପ୍ଲେନ ସେବା (ଏସଏସପିଏସ) ଏଥିପାଇଁ ଆଗ୍ରହୀ କମ୍ପାନୀମାନଙ୍କୁ ଆମନ୍ତ୍ରଣ କରିଛି। ଖୁବ୍‌ ଶୀଘ୍ର ଏହି ସେବା ଆରମ୍ଭ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି । ଆଗାମୀ ଦିନରେ ଏହି ସି ପ୍ଲେନ ସେବା ଦେଶର ଅନ୍ୟ ସମୁଦ୍ର ମାର୍ଗ ଅଞ୍ଚଳରେ ମଧ୍ୟ ଆରମ୍ଭ ହୋଇପାରେ। ସେଥିପାଇଁ ଜାହାଜ ଚଳାଚଳ ମନ୍ତ୍ରଣାଳୟ (ସିପିଙ୍ଗ ଏବଂ ଜଳ) ସାଗରମାଳା ସିପ୍ଲେନ ସେବା (ଏସଏସପିଏସ) ପାଇଁ ଏକ୍ସପ୍ରେସନ୍‌ ଅଫ୍‌ ଇଣ୍ଟର୍ସ (ଇଓଆଇ)କୁ ଆମନ୍ତ୍ରଣ କରିଛି। ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ଯମୁନା ନଦୀରୁ ଅଯୋଧ୍ୟା, ତେହେରୀ, ଶ୍ରୀନଗର (ଉତ୍ତରାଖଣ୍ଡ) ଏବଂ ଚଣ୍ଡିଗଡ଼, ମୁମ୍ବାଇରୁ ଶିରିଡି, ଲୋନାଭାଲା ଏବଂ ଗଣପତିପୁଲେ, ସୁରଟରୁ ଦ୍ୱାରକା, ମାଣ୍ଡଭି ଏବଂ କାନ୍ଦଲା, ଏହି ସବୁ ସମୁଦ୍ର ମାର୍ଗରେ ଏହି ସେବା ଆରମ୍ଭ କରିବା ନେଇ ଇଓଆଇ ମତ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri