ଆମେରିକାରେ ଶେଷ ହୋଇଥିଲା ପ୍ରୀତିଙ୍କ ଜୀବନସାଥୀ ସନ୍ଧାନ…

ମୁମ୍ବାଇ, ୩୧।୧: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟାଙ୍କୁ ରବିବାର ୪୬ ବର୍ଷ ପୂରଣ ହୋଇଛି। ସେ ୪୭ ବର୍ଷରେ ପାଦଥାପିଛନ୍ତି। ୧୯୭୫ ଜାନୁୟାରୀ ୩୧ରେ ସେ ଶିମଲାଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ପ୍ରୀତମ ସିଂ ଜିଣ୍ଟା। ତାଙ୍କୁ ୧୩ ବର୍ଷ ହୋଇଥିବାବେଳେ ପିତା ଦୁର୍ଗାନନ୍ଦ ଜିଣ୍ଟାଙ୍କୁ ହରାଇଥିଲେ। ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଗାନନ୍ଦ ଭାରତୀୟ ସେନାରେ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ପ୍ରୀତି ଜିଣ୍ଟା ବିଦେଶରେ ପାଠପଢ଼ା ଶେଷ କରିବା ପରେ ଫିଲ୍ମ ‘ଦିଲ ସେ’ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଫିଲ୍ମଟି ବକ୍ସ ଅଫିସରେ ସଫଳ ରହିଥିଲା। ପରବର୍ତ୍ତୀ ସମୟରେ ତାଙ୍କ ଅଭିନୀତ ସୋଲଜର୍‌, ସଂଘର୍ଷ, ମିଶନ କଶ୍ମୀର, ଦିଲ୍‌ ଚାହାତା ହୈ, ଚୋରି ଚୋରି ଚୁପ୍‌କେ ଚୁପ୍‌କେ, ଦିଲ୍‌ ହୈ ତୁହ୍ମାରା, କୋଇ ମିଲ୍‌ ଗୟା, କଲ୍‌ ହୋ ନା ହୋ, ବୀର୍‌ ଜରା, ସଲାମ୍‌ ନମସ୍ତେ, କଭି ଅଲବିଦା ନା କହେନା ଆଦି ଫିଲ୍ମକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ୨୦୦୪ରେ ପ୍ରୀତି ୨ ଥର ନିଶ୍ଚିତ ମୃତ୍ୟୁ ମୁହଁରୁ ରକ୍ଷା ପାଇଥିଲେ। କଲୋମ୍ବୋରେ ଏକ କନସର୍ଟରେ ସେ ଯୋଗଦେଇଥିଲେ। ଏଠାରେ ବିସ୍ଫୋରଣ ହେବାରୁ ପେଣ୍ଡାଲ ଉଡିଯାଇଥିଲା। ମାତ୍ର ଆଶ୍ଚର୍ଯ୍ୟଜନକ ଭାବେ ପ୍ରୀତି ରକ୍ଷା ପାଇଥିଲେ। ସେହିପରି ଥାଇଲାଣ୍ଡରେ ଛୁଟି କଟାଉଥିବାବେଳେ ସେଠାରେ ସୁନାମୀ ଆସିଥିଲା। ତେବେ ପ୍ରୀତିଙ୍କର କୌଣସି କ୍ଷତି ହୋଇ ନ ଥିଲା। ପ୍ରୀତିଙ୍କ ରିଲ୍‌ ଲାଇଫ୍‌ ଭଳି ତାଙ୍କ ଲଭ ଲାଇଫ ମଧ୍ୟ ରୋମାଞ୍ଚଭରା। ଉପଯୁକ୍ତ ଜୀବନସାଥୀ ଖୋଜି ବୁଲୁଥିବା ପ୍ରୀତିଙ୍କ ସନ୍ଧାନ ଆମେରିକାରେ ଶେଷ ହୋଇଥିଲା। ୨୦୧୬ରେ ସେ ଆମେରିକୀୟ ବ୍ୟବସାୟୀ ଜିନ ଗୁଣ୍ଡଫ୍‌ ସହିତ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri