Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଦିଲ୍ଲୀରେ ବେଆଇନ ଭାବେ ରହୁଥିବା ବିଦେଶୀଙ୍କୁ ଖୋଜୁଛି ପୋଲିସ

ନୂଆଦିଲ୍ଲୀ,୮ ।୧୧: ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ପୋଲିସ ଦିଲ୍ଲୀରେ ବେଆଇନ ଭାବେ ରହୁଥିବା ବିଦେଶୀ ନାଗରିକଙ୍କ ଡାଟା ସଂଗ୍ରହ କରିବାରେ ଲାଗି ପଡିଛି । ଏହାସହ ଯେଉଁମାନଙ୍କର ଭିଜା ଅବଧି ଶେଷ ହେବା ପରେ ବି ସେମାନେ ଯିବାର ନାଁ ଧରୁ ନାହାନ୍ତି ସେମାନଙ୍କର ବି ଡାଟା ସଂଗ୍ରହ କରାଯାଉଛି । ତେବେ ରାଜଧାନୀରେ ଏମିତି ହଜାର ହଜାର ବିଦେଶୀ ରହୁଥିବା ଜଣାପଡିଛି । ଏମାନଙ୍କ ମଧ୍ୟରୁ ଅଧିକାଂଶଙ୍କର ଭିଜା ଅବଧି ଶେଷ ହୋଇ ଯାଇଥିବା ଜଣାପଡିଛି । ପାକିସ୍ତାନ ନାଗରିକ ମହମ୍ମଦ ଅଶରଫଙ୍କୁ ଗିରଫ କରାଯିବା ପରେ ପୋଲିସ ଏହି ପଦକ୍ଷେପ ନେଇଛି । ଜଣେ ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ ବିଦେଶୀ ନାଗରିକଙ୍କୁ ଖୋଜିବା କାମ ଯୁଦ୍ଧ ସ୍ତରରେ ଚାଲିଛି । ତେବେ ଗୃହ ମନ୍ତ୍ରଣାଳର ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri