Categories: ଜାତୀୟ

ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ର ହେରାପୋରା ଅଞ୍ଚଳର ଜଙ୍ଗଲ ମଧ୍ୟରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏଠାରେ ଥିବା ଏକ ଘରେ ୪-୫ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ଲାଗି ସତର୍କ ସୂଚନା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯାଇଛି। ଆତଙ୍କବାଦୀମାନେ ଗୁଳି ଚାଳନା କରିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜବାବରେ ପାଲଟା ଆକ୍ରମଣ ଜାରି ରହିଛି। ସୂଚନାଯୋଗ୍ୟ, ଶୁକ୍ରବାର ପୁଲଓ୍ବାମାର କାକାପୋରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

Share