ଆଇଡି ବିସ୍ଫୋରଣ ପରେ ସର୍ଚ୍ଚ ଅପରେଶନ ଜୋର୍‌ଦାର

ମାଲକାନଗିରି,୧୮।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗୁରୁବାର ଆଇଡି ବିସ୍ପୋରଣ ଘଟି ୨ଜଣ ଯବାନ ଶହୀଦ ହୋଇଥିବା ବେଳେ ୪ଜଣ ଯବାନ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।

ମିଳିଥିବା ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ତରେମ ଥାନା ଅଧୀନ ଜଙ୍ଗଲରେ ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ଜାରି ରଖିଥିବା ବେଳେ ଉକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ କରୁଥିଲେ। ସେତିକିବେଳେ ମାଓବାଦୀମାନେ ପୋଲିସ ଏବଂ ଯବାନକୁ ଟାର୍ଗେଟ କରି ଲାଣ୍ଡମାଇନ୍‌ ଖଞ୍ଚିଥିଲେ। ହେଲେ ଯବାନଙ୍କ କୋମ୍ବିଂ ଅପରେଶନ ବେଳେ ଆଇଡି ବିସ୍ଫୋରଣ ଘଟିଥିଲା। ଫଳରେ ୬ଜଣ ଯବାନ ଆହତ ହୋଇଥିଲୋ ସେମାନଙ୍କ ମଧ୍ୟରୁ ୨ଜଣ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ତୁରନ୍ତ ବିଜାପୁର ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରି ଚିକିତ୍ସା କରାଯାଉଛି। ବର୍ତ୍ତମାନ ଉକ୍ତ ଅଞ୍ଚଳରେ ଏସ୍‌ଟିଏଫ୍‌, କୋବ୍ରା, ସିଆର୍‌ପିଏଫ୍‌ ବାହୀନି ପ୍ରମୁଖ ସର୍ଚ୍ଚ ଅପରେଶନ ଜାରି ରହିଥିବା ବିଜାପୁର ପୋଲିସ ସୂତ୍ରରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri