ପାଣି ପାଇଁ ଡହଳବିକଳ ଗାଡ଼ାସାହିବାସୀ

ଚମ୍ପୁଆ,୨୩ା୩(ଡି.ଏନ୍‌.ଏ): ଖଣି ଖାଦାନ ପାଇଁ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ମାତ୍ର ଉପଖଣ୍ଡ ମୁଖ୍ୟାଳୟଠାରୁ ୧୨ କି.ମି ଦୂର କାଳିକାପ୍ରସାଦ ପଞ୍ଚାୟତ ବସିରା ଗ୍ରାମର ଗାଡ଼ାସାହିରେ ଦେଖିବାକୁ ମିଳିଛି ଜଳକଷ୍ଟ ସମସ୍ୟା। ପାନୀୟ ଜଳ ପାଇଁ ସାହି ବାସିନ୍ଦାଙ୍କୁ ପାହାଡି ନାଳ ଉପରେ ଭରସା କରିବାକୁ ପଡୁଛି। ଏପରିକି ଉକ୍ତ ନାଳରେ ଚୁଆ ଖୋଳି ଜଳ ଆବଶ୍ୟକତା ପୂରଣ କରୁଛନ୍ତି ଗ୍ରାମବାସୀ।
ସୂଚନା ଅନୁଯାୟୀ, ଗାଡ଼ାସାହିରେ ୨୫ଟି ପରିବାରର ପ୍ରାୟ ୨୦୦ ଲୋକ ବସବାସ କରୁଛନ୍ତି। ଏହି ସାହିରେ ଏକ ନଳକୂପ ରହିଥିଲେ ମଧ୍ୟ ତାହା ପାନୀୟ ଜଳ ଆବଶ୍ୟକତା ପୂରଣ କରିପାରୁନାହିଁ। ପାନୀୟ ଜଳ ସଂଗ୍ରହ ପାଇଁ ଭୋର ସମୟରୁ ସ୍ଥାନୀୟ ଲୋକେ ନଳକୂଅ ପାଖରେ ଭିଡ଼ ଜମାଉଥିଲା ବେଳେ କେତେକ ବୋହି ଯାଉଥିବା ନାଳରେ ଚୁଆ ଖୋଳି ପାଣି ସଂଗ୍ରହ କରୁଛନ୍ତି। ରାଜ୍ୟ ସରକାର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାର ଯୋଜନା ଆରମ୍ଭ କରିଥିଲେ ମଧ୍ୟ ଗାଡ଼ାସାହିବାସୀ ଏହି ସୁବିଧାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଯନ୍ତ୍ରୀ କରନ ସୋରେନଙ୍କୁ ପଚାରିବାରୁ ଉକ୍ତ ସମସ୍ୟା ମୋ ନଜରକୁ ଆସିନାହିଁ। ସ୍ଥାନୀୟ ବାସିନ୍ଦା ବିଡିଓଙ୍କୁ ଅବଗତ କଲେ ଆମକୁ ଏ ବିଷୟରେ ଅବଗତ କରାଯିବ ଏବଂ ତୁରନ୍ତ ଏଥିପ୍ରତି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri