ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ: ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ସବୁ ଅଞ୍ଚଳକୁ ପ୍ରବେଶ କରିଛି। ଏନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ଯୋଗୁ ଆଗାମୀ ୫ ଦିନ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ, ୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି, ୨୩ରେ ସୋନପୁର, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ, ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ, ୨୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,
କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ମୌସୁମୀ ଆଗମନ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ବୌଦ୍ଧରେ ୧୦୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୭୫.୭, ସୋନପୁର ୬୫, ଭୁବନେଶ୍ୱର ୧୦.୯, ବାରିପଦା ୧୯.୮, ହୀରାକୁଦ ୧୨, ଭବାନୀପାଟଣା ୨୪.୬, ଦାରିଙ୍ଗବାଡି ୧୩, ନୟାଗଡ଼ ୧୮, ନବରଙ୍ଗପୁର ୨୯, ଯାଜପୁର ୧୮, ଢେଙ୍କାନାଳ ୨୮, ପାରଳାଖେମୁଣ୍ଡି ୩୮.୮, ଛତ୍ରପୁର ୧୧.୬, ତାଳଚେର ୧୧, ବଲାଙ୍ଗୀର ୧୦.୨, ବରଗଡ଼ ୯.୮ ଏବଂ ଖୋର୍ଦ୍ଧାରେ ୧୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri