ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ: ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ସବୁ ଅଞ୍ଚଳକୁ ପ୍ରବେଶ କରିଛି। ଏନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ଯୋଗୁ ଆଗାମୀ ୫ ଦିନ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ, ୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି, ୨୩ରେ ସୋନପୁର, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ, ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ, ୨୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,
କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ମୌସୁମୀ ଆଗମନ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ବୌଦ୍ଧରେ ୧୦୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୭୫.୭, ସୋନପୁର ୬୫, ଭୁବନେଶ୍ୱର ୧୦.୯, ବାରିପଦା ୧୯.୮, ହୀରାକୁଦ ୧୨, ଭବାନୀପାଟଣା ୨୪.୬, ଦାରିଙ୍ଗବାଡି ୧୩, ନୟାଗଡ଼ ୧୮, ନବରଙ୍ଗପୁର ୨୯, ଯାଜପୁର ୧୮, ଢେଙ୍କାନାଳ ୨୮, ପାରଳାଖେମୁଣ୍ଡି ୩୮.୮, ଛତ୍ରପୁର ୧୧.୬, ତାଳଚେର ୧୧, ବଲାଙ୍ଗୀର ୧୦.୨, ବରଗଡ଼ ୯.୮ ଏବଂ ଖୋର୍ଦ୍ଧାରେ ୧୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri