Posted inଜାତୀୟ

ସରକାରୀ ଅଧିକାରୀ ହୋଇପାରିବେନି ଏସ୍‌ଇସି

ନୂଆଦିଲ୍ଲୀ,୧୩।୩ (ପି.ଟି.): ସରକାରରେ ନିଯୁକ୍ତ କୌଣସି ଅଧିକାରୀ ରାଜ୍ୟ ନିର୍ବାଚନ କମିଶନର (ଏସ୍‌ଇସି) ଭାବେ କାର୍ଯ୍ୟ କରିପାରିବେ ନାହିଁ। ସୁପ୍ରିମକୋର୍ଟ ଶୁକ୍ରବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଗୋଆ ସରକାର ରାଜ୍ୟର ଆଇନ ସଚିବଙ୍କୁ ଏସ୍‌ଇସି ଭାବେ ଅତିରିକ୍ତ ଦାୟିତ୍ୱ ଦେଇଥିବାରୁ ସର୍ବୋଚ୍ଚ ଅଦାଲତ ଭର୍ତ୍ସନା କରିଥିଲେ। ନିର୍ବାଚନ କମିଶନ ଜଣେ ନିରପେକ୍ଷ ବ୍ୟକ୍ତିଙ୍କ ନେତୃତ୍ୱରେ କାର୍ଯ୍ୟ କରିବା ଆବଶ୍ୟକ, ଯିଏ ରାଜ୍ୟ ସରକାରଙ୍କ ଅଧୀନରେ କୌଣସି ପଦ ପଦବୀରେ ନ ଥିବେ। ଯଦି ସେମାନେ ଏଭଳି ପଦବୀରେ ଥାଆନ୍ତି ତେବେ ଏସ୍‌ଇସି ଭାବେ ଦାୟିତ୍ୱ ନେବା ପୂର୍ବରୁ ଉକ୍ତ ପଦବୀରୁ ଇସ୍ତଫା ଦେବା ଆବଶ୍ୟକ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ନିର୍ବାଚନ କମିଶନର ନିରପେକ୍ଷ ବ୍ୟକ୍ତି ହେବା ଆବଶ୍ୟକ। ସରକାରରେ କୌଣସି ପଦବୀରେ ଥିତ୍ବା ବ୍ୟକ୍ତିଙ୍କୁ ରାଜ୍ୟ ନିର୍ବାଚନ କମିଶନର ନିଯୁକ୍ତ କରାଯାଇପାରିବ ନାହିଁ ବୋଲି ଜଷ୍ଟିସ୍‌ ଆର୍‌.ଏଫ୍‌. ନରିମାନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିବା ସହ ଗୋଆର ରାଜ୍ୟ ନିର୍ବାଚନ କମିଶନଙ୍କୁ ୧୦ ଦିନ ମଧ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପ୍ରିଲ ୩୦ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ କୁହାଯାଇଛି। ପଞ୍ଚାୟତ ନିର୍ବାଚନକୁ ନେଇ ହାଇକୋର୍ଟଙ୍କ ରାୟ ବିରୋଧରେ ଗୋଆ ସରକାର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଗୋଆ ନିର୍ବାଚନ କମିଶନ ବିଭିନ୍ନ ଓ୍ବାର୍ଡ ପାଇଁ ମହିଳା, ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ କରିଥିବା ସଂରକ୍ଷଣ ରାଜ୍ୟ ଆଇନ ଅନୁଯାୟୀ ହୋଇ ନ ଥିବାରୁ ବମ୍ବେ ହାଇକୋର୍ଟ ଏହାକୁ ରଦ୍ଦ କରିଦେଇଥିଲେ। ନିର୍ବାଚନ ପ୍ରକ୍ରିୟାରେ ହାଇକୋର୍ଟ ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ଗୋଆ ସରକାର ତାଙ୍କ ପିଟିଶନରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri