ଦ୍ୱିତୀୟ ସର୍ବଭାରତୀୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟନ: ୧୭ ରାଜ୍ୟରୁ ଯୋଗଦେଲେ ଅଧ୍ୟାପକ, ଅଧ୍ୟାପିକା

ବଲାଙ୍ଗିର,୧୫/୯( ସୁନିଲ କୁମାର ମହାନ୍ତି): ସ୍ଥାନୀୟ ସରକାରୀ ଆୟର୍ବେଦିକ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ସଂହିତା ଏଂ ସିଦ୍ଧାନ୍ତ ବିଭାଗରେ ଏକ ସର୍ବଭାରତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଥିଲା। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ତଥା ରାଷ୍ଟ୍ରୀୟ ଆୟୁର୍ବେଦ ବିଦ୍ୟା ପୀଠର ମିଳିତ ଆନୁକୁଲ୍ୟରେ ସର୍ବ ଭାରତୀୟ ସ୍ତରରୁ ୩୦ ଜଣ ସଂହିତା ଏବଂ ସିଦ୍ଧାନ୍ତ ବିଭାଗର ଅଧ୍ୟାପକ ଓ ଅଧ୍ୟାପିକା ମାନେ ପ୍ରଶିକ୍ଷଣରେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଫେସର ଡ଼ା ମନୋଜ କୁମାର ସାହୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ l ମୁଖ୍ୟ ଅତିଥି ଭାବରେ ଡ଼ ନରେନ୍ଦ୍ର କୁମାର ରାଉତ ପରୀକ୍ଷା ନିୟନ୍ତ୍ରକ (ରାଜେନ୍ଦ୍ର ବିଶବିଦ୍ୟାଳୟ ବଲାଙ୍ଗୀର)ଏବଂ ଅତିଥି ପ୍ରଫେସର ଡ ଅବିଚଳ ଚଟୋପାଧ୍ୟାୟ (ଅବସର ପ୍ରାପ୍ତ ପ୍ରଫେସର)ଯୋଗ ଦେଇ ମତବ୍ୟକ୍ତ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମର ସଂହିତା ଏଂ ସିଦ୍ଧାନ୍ତ ବିଭାଗ ଅଧ୍ୟକ୍ଷ ପ୍ରଫେସର କ୍ରୀଷ୍ଣା ମହାନ୍ତି ସ୍ବାଗତ ଅଭିଭାଷଣ ଦେଇଥିଲେ l ଡ଼ା ନିଗମାନନ୍ଦ ବଳ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ଡ଼ା ପଞ୍ଚାନନ କିଶlନ , ଡ଼ା ମଧୁସ୍ମିତା ରାଣୀ ସେଠୀ, ଡ଼ା ସିଦ୍ଧାର୍ଥ ନାୟକ,ଡ଼ା ଆଶିଷ ମୋଡା, ଡ଼ା ଶ୍ୟାମ ସୁନ୍ଦର ସାହୁ, ଡ଼ା ଗୁଣନିଧି ସାହୁ, ଡ଼ା ପ୍ରିତିଷ, ଡ଼ା ଭାଗ୍ୟଶ୍ରି, ଡ଼ା ମାନିନୀ, ଡ଼ା କ୍ରିଷ୍ଣାମୟୀ, ଡ଼ା ତାରିଣୀ, ଡ଼ା ବଙ୍ଗାଳୀ ସୋରେନ ଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଶେଷରେ ଡ ଉତ୍କଳିନୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ବଲାଙ୍ଗୀର ଠାରେ ଆରମ୍ଭ ହୋଇଥିବା ସର୍ବ ଭାରତୀୟ ପ୍ରଶିକ୍ଷଣ ଶିବିରରେ ୧୭ଟି ରାଜ୍ୟରୁ ଅଧ୍ୟାପିକା ଓ ଅଧ୍ୟାପକ ମାନେ ଆସି ଯୋଗଦେଇଥିବା ବେଳେ ଏହି ଶିବିରଟି ୧୫/୦୯/୨୦୨୫ ରୁ ୨୦/୦୯/୨୦୨୫ ପର୍ଯ୍ୟନ୍ତ ଛଅ ଦିନ ଧରି ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri