Posted inଜାତୀୟ

ଇସ୍ରାଏଲରୁ ଦିଲ୍ଲୀ ପହଞ୍ଚିଲା ଦ୍ୱିତୀୟ ବିମାନ, ୨ ଶିଶୁ ସମେତ ୨୩୫ ଲୋକ ସାମିଲ

ନୂଆଦିଲ୍ଲୀ,୧୪।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ସେଠାରେ ଉପସ୍ଥିତ ଥିବା ଭାରତୀୟଙ୍କ ପାଇଁ ଦେଶ ଚିନ୍ତିତ। ଇସ୍ରାଏଲରୁ ଭାରତୀୟ ନାଗରିକଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ ‘ଅପରେସନ ଅଜୟ’ ଆରମ୍ଭ କରିଛି। ଏହି ନିରାପତ୍ତା ଅପରେସନ ଅଧୀନରେ ଇସ୍ରାଏଲର ଭାରତୀୟମାନଙ୍କର ଦ୍ୱିତୀୟ ବିମାନ ଦିଲ୍ଲୀରେ ପହଞ୍ଚିଛି। ୨୩୫ ଭାରତୀୟ ନାଗରିକଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ଦିଲ୍ଲୀରେ ପହଞ୍ଚିଛି। ଏମାନଙ୍କୁ ସ୍ବାଗତ କରିବା ପାଇଁ ବିମାନବନ୍ଦରରେ ବୈଦେଶିକ ବ୍ୟାପାର ରାଜ୍ୟ ମନ୍ତ୍ରୀ ରାଜକୁମାର ରଂଜନ ସିଂ ଉପସ୍ଥିତ ଥିଲେ।
ଦ୍ୱିତୀୟ ବିମାନରେ ଫେରିଥିବା ଭାରତୀୟଙ୍କ ମଧ୍ୟରେ ୨ ଶିଶୁ ରହିଛନ୍ତି। ଶୁକ୍ରବାର ସେମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ନିଆଯାଇଥିଲା। ସ୍ଥାନୀୟ ସମୟ ଅନୁଯାୟୀ, ବିମାନଟି ରାତି ୧୧ଟା ସମୟରେ ଇସ୍ରାଏଲରୁ ଉଡ଼ିଥିଲା। ସୂଚନାଯୋଗ୍ୟ, ଏହାର ଗୋଟିଏ ଦିନ ପୂର୍ବରୁ ୨୧୨ ଭାରତୀୟଙ୍କୁ ଏକ ସ୍ବତନ୍ତ୍ର ବିମାନ ମାଧ୍ୟମରେ ଭାରତ ଅଣାଯାଇଥିଲା। ଭାରତ ଗୁରୁବାର ଅପରେସନ ଅଜୟ ଘୋଷଣା କରିଛି। ଏହାର ଉଦ୍ଦେଶ୍ୟ ହେଉଛି ଇସ୍ରାଏଲରେ ବାସ କରୁଥିବା ଭାରତୀୟମାନଙ୍କର ନିରାପଦ ପ୍ରତ୍ୟାବର୍ତ୍ତନ। ଏହି ଅପରେସନ ମାଧ୍ୟମରେ କେବଳ ସେହି ଲୋକମାନଙ୍କୁ ଇସ୍ରାଏଲରୁ ଅଣାଯାଉଛି, ଯେଉଁମାନେ ସେଠାରୁ ଆସିବାକୁ ଇଚ୍ଛୁକ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri