କଣ୍ଟାବାଞ୍ଜିରୁ ଲଢିବେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ, ପ୍ରଥମେ ଲଢିଥିଲେ…

ଭୁବନେଶ୍ୱର,୨୧।୪: ବାଜି ସାରିଛି ୨୦୨୪ ନିର୍ବାଚନର ବିଗୁଲ। ଆରମ୍ଭ ହୋଇଛି ଗଣତନ୍ତ୍ରର ବଡ଼ପର୍ବ। ଏଥିପାଇଁ ରାଜ୍ୟରେ ମଇଦାନକୁ ଓହ୍ଲାଇଲେଣି ପ୍ରମୁଖ ତିନ ଦଳ। ତେବେ ଆଉ ଥରେ ଶାସନ କ୍ଷମତାକୁ ଫେରିବା ପାଇଁ ଲୋକ ସଭା ବିଧାନସଭାରେ ହେଭିଓ୍ବେଟଙ୍କୁ ଟିକେଟ୍‌ ଦେଇଛି ବିଜେଡି। ସେଥିରେ ପଛରେ ପଡିନି ଭାଜପା ଓ କଂଗ୍ରେସ। ପୂର୍ବ, ଉତ୍ତର , ଦକ୍ଷିଣ ସମେତ ପଶ୍ଚିମ ଓଡିଶାରେ ନିଜର ଦବଦବା ବଜାୟ ରଖିବା ପାଇଁ ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦୁଇଟି ଆସନରୁ ଲଢୁଛନ୍ତି। ଗୋଟିଏ ଗଞ୍ଜାମର ହିଞ୍ଜିଳି ହୋଇଥିବାବେଳେ ଅନ୍ୟଟି ବଲାଙ୍ଗୀରର କଣ୍ଟାବାଞ୍ଜି। ଜାଣନ୍ତି କି ବିଜେଡି ସୁପ୍ରିମୋ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢୁଛନ୍ତି। ତେବେ ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ଆସନ୍ତୁ ଜାଣିବା।

ବଲାଙ୍ଗୀର ମାଟିରୁ ଲଢ଼ିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ପରେ ଦ୍ବିତୀୟ ଆସନ ଭାବେ କଣ୍ଟାବାଞ୍ଜିକୁ ବାଛିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନଙ୍କ ଏହି ଘୋଷଣା ପରେ ବଲାଙ୍ଗୀର ରାଜନୀତି ଚଳଚଞ୍ଚଳ ହୋଇ ପଡିଛି । ବଲାଙ୍ଗୀର ବିଧାନସଭା ଆସନରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓ ସ୍ବତନ୍ତ୍ର ପାର୍ଟିରୁ ଲଢ଼ି ବିଜୟୀ ହେବା ସହ ୧୯୬୭ରୁ ୧୯୭୧ ଯାଏଁ ମୁଖ୍ୟମନ୍ତ୍ରୀ ରହିଥିଲେ । ୧୯୬୧ରେ ରାଜେନ୍ଦ୍ର ନାରାୟଣ ସିଂହଦେଓ କଣ୍ଟାବାଞ୍ଜି ଆସନରୁ ଲଢ଼ି ବିଧାନସଭାକୁ ଯାଇଥିଲେ । ତାଙ୍କ ପରେ ଦ୍ବିତୀୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ କଣ୍ଟାବାଞ୍ଜିକୁ ନିଜ ଦ୍ୱିତୀୟ ଅପସନ ନିର୍ବାଚନମଣ୍ଡଳୀ ଭାବେ ବାଛିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?