ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା ଦୁଇଟି ପୃଥକ୍‌ ଘଟଣାରେ ଦୁଇ ଶିଶୁଙ୍କ ଜୀବନ ଯାଇଥିବାରୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି।

ସୂଚନାଯୋଗ୍ୟ, ରଥଯାତ୍ରାର ପ୍ରଥମ ଦିନ ମୀନାବଜାରରେ ବିଦ୍ୟୁତ ଆଘାତରେ ଜଣେ ୧୫ ବର୍ଷୀୟ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ସେହିପରି ମୀନାବଜାରରେ ଏକ ଦୋକାନରେ ଗରମ ତେଲ କଡ଼ାଇରୁ ତେଲ ଛିଟିକା ପଡ଼ି ଗୁରୁତର ଭାବେ ପୋଡ଼ିଯାଇଥିବା ଆନ୍ଧ୍ରପ୍ରଦେଶର ଟେକିଲି ଅଞ୍ଚଳର ଶିଶୁ ହରି ପ୍ରିୟନ୍ତଙ୍କୁ ପ୍ରଥମେ ସ୍ଥାନୀୟ ଚିକିତ୍ସାଳୟରେ ଚିକିତ୍ସିତ କରାଯାଉଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ପାଇଁ ବିଶାଖାପାଟଣାର ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ଘଟିଛି।
ରଥଯାତ୍ରା ଭଳି ବହୁ ଜନସମାଗମ ଉତ୍ସବରେ ଦୁଇ ଶିଶୁଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ଚିନ୍ତା ପ୍ରକାଶ କରିଛି। ଉତ୍ସବ ସମୟରେ ସୁରକ୍ଷା ମାନଦଣ୍ଡର କଡ଼ାକଡ଼ି ପାଳନ ଓ ମୀନାବଜାର ପରିଚାଳନାକୁ ନେଇ ପ୍ରଶାସନର ଭୂମିକା ଉପରେ ବିଭିନ୍ନ ମହଲରେ ପ୍ରଶ୍ନ ଉଠୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?