କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ ଏହି ହସ୍ପିଟାଲ ଖୋଲାଯିବ ବୋଲି ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲାର କୋଭିଡସ୍ଥିତି ସମୀକ୍ଷା କରିବା ପରେ ସେ ଏହି ସୂଚନା ଦେଇଛନ୍ତି।
୧୦ ଦିନ ଭିତରରେ ଭୀମସାରରେ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ ହେବ। ଏଠାରେ ୩୦୦ଟି ବେଡ ରହିବ। ସେଥିମଧ୍ୟରୁ ୨୫୦ଟି ସାଧାରଣ ବେଡ ରହିବ। ଏଥିରେ ଅକ୍ସିଜେନ ବ୍ୟବସ୍ଥା ରହିବ। ବାକି ୫୦ଟି ବେଡ୍‌ ଆଇସିୟୁରେ ରହିବ।
ଭୀମସାରରେ ପୂର୍ବର ଥିବା କୋଭିଡ୍‌ ହସ୍ପିଟାଲର ଆଇସିୟୁରେ ୨୦ଟି ବେଡ ରହିଛି। ଏବେ ଆଇସିୟୁରେ ଆଉ ୩୦ଟି ବେଡ୍‌ର ବ୍ୟବସ୍ଥା କରାଯିବ। ସେହିପରି ଏଠାରେ ୧୭୫ଟି ସାଧାରଣ ବେଡ ରହିଛି। କେବଳ ଭୀମସାରରେ ୫୨୫ଟି ବେଡ ପ୍ରସ୍ତୁତ ରଖିବାକୁ ଆମେ ଚେଷ୍ଟା କରୁଛୁ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ଛତିଶଗ ଓ ଝାଡ଼ଖଣ୍ଡରେ ଦ୍ରୁତଗତିରେ ସଂକ୍ରମଣ ବଢୁଥିବାରୁ ତାକୁ ଦୃଷ୍ଟିରେ ରଖି ଆମେ ଆଗାମୀ ଦିନ ପାଇଁ ପ୍ରସ୍ତୁତ ହେବୁ। ଯେମିତି ବହୁ ପରିମାଣରେ ବେଡ, ଆଇସିୟୁ ଓ ଭେଣ୍ଟିଲେଟର ଆଦି ଉପଲବ୍ଧ ରହିବ ଏବଂ କୌଣସି ପ୍ରକାର ଅସୁବିଧା ହେବନି, ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ସଚିବ କହିଛନ୍ତି।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମହାପାତ୍ରଙ୍କ ସମେତ ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଡିଏମ୍‌ଇଟି ସିବିକେ ମହାନ୍ତି, ସମ୍ବଲପୁର ଜିଲାପାଳ ଶୁଭମ ସକ୍ସେନା, ଝାରସୁଗୁଡା ଜିଲାପାଳ ସରୋଜ ସାମଲ, ବରଗଡ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri