ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ସ୍ବାଭାବିକ ଭାବେ ଆରମ୍ଭ ହୋଇଥିଲା। ହେଲେ ପରବର୍ତ୍ତୀ ସମୟରେ ଗୃହରେ ହଟ୍ଟଗୋଳ ଲାଗି ରହିବାରୁ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରାଯାଇଛି।

ପ୍ରଥମେ ଗୃହରେ ହାଜତ ମୃତ୍ୟୁ ପ୍ରସଙ୍ଗ ଉଠାଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ଏହି ଘଟଣାକୁ ସେ ନିନ୍ଦା କରିବା ସହ ବାଚସ୍ପତିଙ୍କ ରୁଲିଂ ଦାବି କରି ସମସ୍ତ କାର୍ଯ୍ୟସୂଚୀ ବାତିଲ କରି ମୋସନ ଆକାରରେ ଆଲୋଚନା ଦାବି କରିଥିଲେ।

ଅପରପକ୍ଷେ କଂଗ୍ରେସ ଦଳର ନେତା ନରସିଂହ ମିଶ୍ର ମଧ୍ୟ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ବୋଲି କହିଥିଲେ। ଶାସକ ଦଳ ପକ୍ଷରୁ ବିଧାୟକ ଅମର ଶତପଥୀ ଏହାର ଉତ୍ତରରେ, ସରକାରଙ୍କ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ନିଆଯାଉଛି ବୋଲି କହିଥିଲେ।
ପରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ସର୍ବଦଳୀୟ ବୈଠକ ଡାକିବାକୁ ବାଚସ୍ପତିଙ୍କୁ ବିରୋଧୀ ଦାବି କରିଥିଲେ। ଗଣ ଶିକ୍ଷା ମନ୍ତ୍ରୀଙ୍କ ଉପସ୍ଥିତିରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଆଲୋଚନା ପାଇଁ ଉଭୟ ଭାଜପା ଓ କଂଗ୍ରେସ ଦାବି ଉଠାଇଥିଲେ। ଏହାକୁ ନେଇ ହଟ୍ଟଗୋଳ ଲାଗି ରହିବାରୁ ଗୃହକୁ ମୁଲତବୀ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?